ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ କୁରୁଡ଼ୋଲ ଜିପି ଉଚ୍ଚ ବିଦ୍ୟାଳୟରେ ବିଶ୍ବ ମାନବାଧିକାର ଦିବସ ପାଳିତ ହୋଇଛି। ଏ ଅବସରରେ ଅତିଥିମାନେ ସାମାଜିକ, ସାଂସ୍କୃତିକ ଇତ୍ୟାଦି ଅଧିକାର ସମ୍ପର୍କରେ ସଚେତନ କରାଇବା ତଥା ସଭିଙ୍କ ବିକାଶକୁ ସୁନିଶ୍ଚିତ କରାଇବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତବ୍ୟକ୍ତ କରିଥିଲେ।
କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରଚନା, ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହୋଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ନାଲକୋ ଥାନାଧିକାରୀ ଦିଲ୍ଲୀପ କୁମାର ଲାକ୍ରା, ସବଇନ୍ସପେକ୍ଟର ଶୁଭଶ୍ରୀ ସିଂ, ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ, ଅନ୍ୟ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଜିଲ୍ଲା ଆଇନସେବା ପ୍ରାଧିକରଣର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଭାକୁ ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ଏସ୍ ଶୁଭଲକ୍ଷ୍ମୀ ପରିଚାଳନା କରିଥିଲେ।