ଅନ୍ୟାନ୍ୟ

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିତ: ଯୋଗ ଦେଲେ ୩୦୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ

By Biswaranjan Pattnaik

September 23, 2023

ଅନୁଗୁଳ: ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟରେ ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୁସ୍ମିତା ସାହୁଙ୍କ ଆହ୍ଵାନ କ୍ରମେ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରିୟରଞ୍ଜନ ପ୍ରଧାନ, ପ୍ରଧାନ ଶିକ୍ଷକ ପ୍ରିୟବ୍ରତ ମାଝୀ, ତଳମୂଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନସ ରଞ୍ଜନ ପୃଷ୍ଟି, ପିଟିସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କେଦାର ବେହେରା, ଟାଉନ୍ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ ପ୍ରଧାନ ଏବଂ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଅମ୍ବୁଜ କୁମାର ଗଡନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଆଦର୍ଶ ବିଦ୍ୟାଳୟର ତିନି ଶହରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ଅତିଥି ଭାବେ ବିକାଶ ଚନ୍ଦ୍ର ପ୍ରଧାନ, ଆଞ୍ଚଳିକ ନିର୍ଦ୍ଦେଶକ ସମ୍ବଲପୁର ଏବଂ ସମ୍ମାନିତ ଅତିଥି ଭାବେ ଅଜୟ କୁମାର ପାତ୍ର, ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରତିଭା ବାରିକ, ଅତିରିକ୍ତ ଶିକ୍ଷା ଅଧିକାରୀ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ। ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।