ଅନୁଗୁଳ: ଅନୁଗୁଳର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଆଜି ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଷ୍ପତ୍ତି ଅନୁଯାୟୀ, ଏପ୍ରିଲ ୧ ତାରିଖ ପ୍ରତ୍ୟୁଷରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସହ ପ୍ରଭାତ ଫେରୀ, ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସ୍କୁଲ୍ ପିଲାଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ। ଏଥିସହ ରକ୍ତଦାନ ଶିବିର ଏବଂ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ। ମାର୍ଚ୍ଚ ୩୧ ଓ ଏପ୍ରିଲ ୧ ତାରିଖରେ ସହରର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ଆଲୋକମାଳାରେ ସଜାଇବାକୁ ବୈଠକରେ ସ୍ଥିର ହୋଇଛି। ଏହି ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ପୋଲିସ ପ୍ରଶାସନ ଓ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ।
ଅନୁଗୁଳରେ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି
- Post published:March 17, 2026
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau
Tags: Angul


