ମୁଖ୍ୟ ଖବର

ବିଜେପି ପାଇଁ ‘ଓଡ଼ିଶା ପରିବର୍ତ୍ତନ” ଗାଇଲେ କଣ୍ଠଶିଳ୍ପୀ କୈଳାସ ଖେର, ସୋସିଆଲ ମିଡିଆରେ କଲେ ସେୟାର

By Angul TV Bureau

April 03, 2024

ନୂଆଦିଲ୍ଲୀ/ ଭୁବନେଶ୍ୱର: ‘ଓଡ଼ିଶା ପରିବର୍ତ୍ତନ” ନାମରେ ଗୀତ ଗାଇଛନ୍ତି କଣ୍ଠଶିଳ୍ପୀ କୈଳାସ ଖେର। ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପିକୁ ସମର୍ଥନ ଜଣାଇ ଏହି ଗୀତ ଗାଇଛନ୍ତି ପଦ୍ମଶ୍ରୀ କୈଳାସ ଖେର। କୈଳାଶ ଖୈର ଟ୍ୱିଟ୍ କରି କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମ୍ବଲେଶ୍ୱରୀ ଓଡ଼ିଶାର ପବିତ୍ର ଭୂମିରେ ସବୁ ଦେବାଦେବୀ ମାନେ ସଙ୍କେତ ଦେଉଛନ୍ତି ଯେ ପରିବର୍ତ୍ତନ ବିକାଶର ପ୍ରଥମ ସୋପାନ। କୈଳାସ ପରିବାର ତରଫରୁ ସଙ୍ଗୀତ ମାଧ୍ୟମରେ ଏହି ଆଧ୍ୟାତ୍ମିକ ପ୍ରାର୍ଥନା ଓଡ଼ିଶାର ଜନସାଧାରଣଙ୍କୁ ଉପହାର।

“ଓଡ଼ିଶା ପରିବର୍ତ୍ତନ” ଆଡକୁ ଗୋଟିଏ ପାଦ ଆଗକୁ କଥାବସ୍ତୁ ଉପରେ ପ୍ରସ୍ତୁତ ହୋଇଥିବା ନିର୍ବାଚନୀ ଗୀତରେ କୈଳାସ ଖେର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ସମଲେଶ୍ୱରୀଙ୍କ ପବିତ୍ର ଭୂମିକୁ ସମୃଦ୍ଧି ଏବଂ ବିକାଶର ଭୂମି କହିଛନ୍ତି । ଏହି ପବିତ୍ର ଭୂମିରୁ ପ୍ରଭୁଙ୍କ ଚରଣରେ ପଦ୍ମ ଫୁଟାଇବା ସହ ଓଡ଼ିଶାରେ ପରିବର୍ତ୍ତନ ଆଣିବା ଉପରେ ଗୀତଟି ରଚନା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିକାଶର କାର୍ଯ୍ୟଶୈଳୀ ଓ ସେମାନଙ୍କ ନେତୃତ୍ୱରେ ସମ୍ବଲପୁର ସମେତ ଓଡ଼ିଶାରେ ବିକାଶର କାର୍ଯ୍ୟ ଉପରେ ଗୀତଟି ପର୍ଯ୍ୟବେସିତ ହୋଇଛି। ଓଡ଼ିଶାର ସଂକଳ୍ପକୁ ଗୀତରେ ପ୍ରତିଫଳିତ କରାଯାଇଛି। ଏହି ଗୀତ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।