ଅନୁଗୁଳରେ ଜିଲ୍ଲାସ୍ତରୀୟ ଏକ ଦିନିକିଆ ବିଦ୍ୟାଳୟ ସୁରକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଆୟୋଜିତ

0

ଅନୁଗୁଳ: ଅନୁଗୁଳ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସୁରକ୍ଷା ପ୍ରଶିକ୍ଷଣ ଶିବିର ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ଏବଂ ଜିଲ୍ଲା ଶିକ୍ଷା ଅଧିକାରିଣୀ ସୁସ୍ମିତା ସାହୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।

ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସତ୍ୟାନନ୍ଦ ଦାସଙ୍କ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ସଂଯୋଜକ ପ୍ରଦୀପ କୁମାର ପାତ୍ର ସଂଶାଧନ ସଭ୍ୟ ଭାବେ ଯୋଗ ଦେଇ ବିଦ୍ୟାଳୟ ସୁରକ୍ଷା ବିଷୟରେ ଆଲୋଚନା କରିଥିଲେ।

Leave A Reply

Your email address will not be published.

error: Content is protected !!