ଘଟଣା ଓ ଦୁର୍ଘଟଣା

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

By Angul TV Bureau

October 22, 2025

ଅନୁଗୁଳ: ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ସୋମବାର ରାତିରେ ହଣ୍ଡପା – ପାତ୍ରପଡ଼ା ପୂର୍ତ୍ତ ବିଭାଗ ରାସ୍ତାର ଲକ୍ଷ୍ମୀପ୍ରିୟାପୁର ନିକଟରେ ଲକ୍ଷ୍ମୀପ୍ରିୟାପୁର ଗ୍ରାମର ଶତ୍ରୁଘ୍ନ ବେହେରା ଓ ସଞ୍ଜୟ ବେହେରା ଚାଲି ଚାଲି ଘରକୁ ଫେରୁଥିଲେ। ଏହି ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଫେରାର୍ ହୋଇଯାଇଥିଲା।

ସ୍ଥାନୀୟ ଲୋକେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଦିନ ଶତ୍ରୁଘ୍ନ ବେହେରାଙ୍କର ମୃତ୍ୟୁ ହୋଇଛି। ଅନ୍ୟପଟେ ସଞ୍ଜୟ ବେହେରାଙ୍କ ଚିକିତ୍ସା ଜାରି ରହିଛି। ହଣ୍ଡପା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।