ଘଟଣା ଓ ଦୁର୍ଘଟଣା

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

By Angul TV Bureau

September 02, 2023

ଅନୁଗୁଳ: ସ୍ଥାନୀୟ ବନ୍ତଳା ଥାନା ଅନ୍ତର୍ଗତ ବଡ଼ହିଂସ୍ଵ ଗ୍ରାମରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ, ଶନିବାର ୨ଟାରେ ବଡ଼ହିଂସ୍ଵ ଗ୍ରାମର ଅଭୟ ବେହେରା (୪୦) ଓ ପିଣ୍ଟୁ ବେହେରା (୨୨) ବିଲରୁ କାମ ସାରି ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ଓ ପିଣ୍ଟୁ ବେହେରାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଡାକ୍ତରଖାନା କର୍ତ୍ତୃପକ୍ଷ ଥାନାରେ ଜଣାଇବା ପରେ ଅଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।