ଅନୁଗୋଳ: ଅନୁଗୋଳ ଜିଲ୍ଲା ପାଳଲହଡ଼ା ଥାନା ଅନ୍ତର୍ଗତ ପୁରୁଣାପାଣି ଗ୍ରାମରେ ବଡ଼ ଅଘଟଣ। ଘରେ ଖେଳୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଏକ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଛି।
ସୂଚନା ମୁତାବକ, ଗ୍ରାମର ଚୁଡ଼ି କାୟମଙ୍କ ଦୁଇ ଯାଆଁଳା ୧ ବର୍ଷର ଶିଶୁପୁତ୍ର ଲବ ଓ କୁଶ ଘର ଭିତରେ ଖେଳୁଥିଲେ। ଏହି ସମୟରେ ଛୋଟ ପୁଅ କୁଶ ଘର କାନ୍ଥରେ ଝୁଲି ରହିଥିବା ଏକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ପରିବାର ଲୋକ ତୁରନ୍ତ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ପାଳଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଓ ପରିବାରରେ ଗଭୀର ଶୋକର ଛାୟା ଖେଳିଯାଇଛି।