ସଚେତନତା ରଥର ଶୁଭାରମ୍ଭ

0

ଅନୁଗୁଳ : ମଙ୍ଗଳବାର ପୂର୍ବାହ୍ନରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମ୍ୟାଲେରିଆ, ଡେଙ୍ଗୁ ଓ ଡାଇରିଆର ସଚେତନତା ପକ୍ଷ ଊପଲକ୍ଷେ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଶିବାନନ୍ଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ସଚେତନତା ରଥ ଡେଙ୍ଗୁ ଓ ମ୍ୟାଲେରିଆର ଲକ୍ଷଣ ଓ ପ୍ରତିକାର ଉପରେ ସଚେତନ କରିବା ସହ ଡାଇରିଆରୁ ରକ୍ଷା ପାଇବା ପାଇଁ ଉପାୟ ଗୁଡିକ ଉପରେ ସଚେତନ କରିବ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ପୂଣ୍ଡିମା ଉଦ୍‌ଗାତା,ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଅନ୍ତର୍ଯ୍ୟାମୀ ମିଶ୍ର ଓ ଜିଲ୍ଲା ଭେକ୍ଟର ବାହିତ ରୋଗ ପରାମର୍ଶଦାତା ନିରୁପମା ଦାସ ଓ ସ୍ବାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.

error: Content is protected !!