ଘର କରାଇଦେବାକୁ ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ, ଛେଣ୍ଡିପଦାର ପଞ୍ଚାୟତ ଜିଆରଏସଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

0

ଅନୁଗୁଳ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକର ପଞ୍ଚାୟତ ଜିଆରଏସ। ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ ଜି ଆର ଏସ ଯଦୁମଣି ମାଝୀ ଘର କରାଇ ଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ ଧରିଛି।

ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରର ଫାଇନାଲ ବିଲ ସହ ବୋନସ ଅର୍ଥ ଦେବା ଯଦୁମଣି ମାଝୀ ସ୍ଥାନୀୟ ଛେଣ୍ଡିପଦା ବ୍ଲକ ପୋଡ଼ପୋଡ଼ା ଗାଁର ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ପୂର୍ବ ଯୋଜନା ଅନୁସାରେ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ କାବୁ କରିଥିଲେ। ଭିଜିଲାନ୍ସ ଅଧିକାରୀ ତାଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାଯାଇଛି।

Leave A Reply

Your email address will not be published.

error: Content is protected !!