ରାଣୀଗୋଡାରେ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ

You are currently viewing ରାଣୀଗୋଡାରେ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍ ଅନ୍ତର୍ଗତ ରାଣୀଗୋଡା ଗାଁରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ଆଜି ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ବିଦ୍ୟାଳୟ ପରିସରରେ ସ୍ଥାପିତ ଉତ୍କଳମଣି ଗୋପବନ୍ଧୁ ଓ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପ୍ରଧାନ ଶିକ୍ଷୟିତ୍ରୀ ସୁଷମା ଜେନା, ପୁରାତନ ଛାତ୍ରଗୋଷ୍ଠୀ ସଭାପତି ପୁର୍ଣ୍ଣଚନ୍ଦ୍ର ସିଂହ ସାମନ୍ତ, ପୂଜ୍ୟପୂଜା ସଂସଦ ସଭାପତି ତ୍ରେତାନନ୍ଦ ସାମନ୍ତ, ସମାଜ ସେବୀ ଦାମୋଦର ଦାସ ଓ ନୀର ସାହୁ ମାଲ୍ୟାର୍ପଣ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ଅତିଥିବୃନ୍ଦ ତ୍ୟାଗୀ ଗୋପବନ୍ଧୁଙ୍କ ତ୍ୟାଗପୂତ ଜୀବନୀ ଉପରେ ଆଲୋକପାତ କରିଥିଲେ। ପ୍ରତ୍ୟେକ ଓଡ଼ିଆ ପୂଣ୍ୟାତ୍ମା ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ବ୍ରତୀ ହେବାପାଇଁ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷକ ଗିରୀଶ ଚନ୍ଦ୍ର ବେହେରା ପରିଚାଳନା କରିଥିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

Share

Leave a Reply