ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ

You are currently viewing ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଜରପଡା ପତିତପାବନ ଡିଗ୍ରୀ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଶରତ ଚନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଯୋଗ ଦେଇଥିଲେ। ମଣିଷ ଜୀବନରେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇବାକୁ ହେଲେ ସଂଘର୍ଷ ଜାରି ରଖିବା ଆବଶ୍ୟକ ବୋଲି ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ବିଭିନ୍ନ ଉଦାହରଣ ଦେଇ ବୁଝାଇଥିଲେ।
ମୁଖ୍ୟବକ୍ତା ଭାବେ ଅନୁଗୁଳ ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଡ଼ଃ ଗଙ୍ଗାଧର କର, ସ୍ୱତନ୍ତ୍ର ସମ୍ମାନିତ ଅତିଥି ଭାବେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭାଇସ ଚାନ୍ସେଲର ( ସମ୍ବଲପୁର ବିଶ୍ୱବିଦ୍ୟାଳୟ) ଡଃ ଅର୍କ କୁମାର ଦାସ ମହାପାତ୍ର ଯୋଗ ଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶରତ କୁମାର ଗଡ଼ନାୟକ, ଯୁକ୍ତ ଦୁଇ ମହାବିଦ୍ୟାଳୟ ଅଧ୍ୟକ୍ଷ ଜଗବନ୍ଧୁ ସାହୁ, ବ୍ଲକ ଅଧ୍ୟକ୍ଷା ସୁମିତ୍ରା ସାହୁ , ଜିଲ୍ଲା ପରିଷଦ ସଦସ୍ୟା ଭାନୁପ୍ରିୟା ପ୍ରଧାନ, ଏୟୁସିସି ବ୍ୟାଙ୍କ ନିର୍ଦ୍ଦେଶକ ନାରାୟଣ ସାହୁ, ମହାବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଭୋଳେଶ୍ୱର ଗୋଛାୟତ, ଜ୍ୟୋତ୍ସ୍ନା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply