ଅନୁଗୁଳ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୨ ତମ ମନ କି ବାତ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ବିଜେପି ଜିଲ୍ଲା କାର୍ଯ୍ୟାଳୟ ଠାରେ ଶତାଧିକ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ମନ କି ବାତ୍ ଶୁଣିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଦିଲ୍ଲୀପ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ, ବିଶ୍ୱଜିତ ମିଶ୍ର, ନମିତା ଦଳବେହେରାଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ।
