ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲାକାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ପୋଲିସ ମାଜିଷ୍ଟ୍ରେଟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି
ବୈଠକରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ ।
ଜିଲ୍ଲାରେ କିପରି ଆଇନ୍ ଶୃଙ୍ଖଳା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା, ମହିଳାମାନଙ୍କ ସୁରକ୍ଷା, ଲିଙ୍ଗ ନିରୁପଣକୁ ସମ୍ପୂର୍ଣ୍ଣ ନିଷେଧ
କରିବା, ଟ୍ରାଫିକ୍ ନିୟମ କଡାକଡି ଭାବେ ପାଳନ କରିବା, ଅନୁସୂଚିତ ଜାତି ଓ ଜନଜାତିଙ୍କ ସୁରକ୍ଷା, ସଡକ ଦୁର୍ଘଟଣାରେ ସାହାଯ୍ୟ କରୁଥିବା ଗୁଡ୍ ସମାରିଟାନମାନଙ୍କୁ ପ୍ରୋତ୍ସାହିତ
କରିବା, ସରକାରୀ ଜମିକୁ ଜବର ଦଖଲ ମୁକ୍ତ କରିବା, ଜନସାଧାରଣଙ୍କ ଅଭିଯୋଗ ଗୁଡିକୁ ତୁରନ୍ତ ଫଇସଲା କରିବା ଇତ୍ୟାଦି ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା ।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଆଇଏଏସ୍ ପ୍ରୋବେସନର କସ୍ତୁରୀ ସା, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ସୁରେନ୍ଦ୍ରନାଥ ରାୟଗୁରୁ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାଜିବ ଲୋଚନ ପଣ୍ଡା, ତାଳଚେର ଉପଜିଲ୍ଲାପାଳ ସମୀର
କୁମାର ଜେନା, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଆଠମଲ୍ଲିକ ଉପଜିଲ୍ଲାପାଳ ଉପେନ୍ଦ୍ର ଲୋହା, ପାଳଲହଡା ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପଟେଲ, ଅବକାରୀ ଅଧ୍ୟକ୍ଷକ ମଧୁସ୍ମିତା ନାୟକ, ସରକାରୀ ଓକିଲ ପରମାନନ୍ଦ ମିଶ୍ର, ପବ୍ଲିକ
ପ୍ରୋସିକ୍ୟୁଟର ପ୍ରଶାନ୍ତ କୁମାର ମଲ୍ଲିକ, ଆରକ୍ଷୀ ବାହିନୀ ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।