ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୋଲିଓ ଦିବସ

0

ଅନୁଗୁଳ: ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପରିସରରେ ରବିବାର ବିଶ୍ବ ପୋଲିଓ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ତଥା ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ରଜନୀକାନ୍ତ ସିଂହ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଜନ୍ମରୁ ୫ ବର୍ଷ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କୁ ପୋଲିଓ ଖୁଆଇ ନିରୋଗ ରଖିବାକୁ ଶ୍ରୀ ସିଂହ ଉପଦେଶ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ରୋଟାରୀ କ୍ଲବ ଅନୁଗୋଳ ରୟାଲ ତରଫରୁ ଉପ ବାଚସ୍ପତିଙ୍କ କରକମଳରେ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟକୁ ୫ଟି ଷ୍ଟ୍ରେଚରଟ୍ରଲି ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସାଅଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ରୋଟାରୀ କ୍ଲବ ସଭାପତି ଅଶୋକ ମଣ୍ଡେଠିଆ, ସମ୍ପାଦକ ଅମ୍ବିକା ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

online coaching

Leave A Reply

Your email address will not be published.