୧୬ ତମ ଜାତୀୟ ଭୋଟର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

You are currently viewing ୧୬ ତମ ଜାତୀୟ ଭୋଟର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଅନୁଗୁଳ: ୧୬ ତମ ଜାତୀୟ ଭୋଟର ଦିବସ-୨୦୨୬ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ୨୫ ଜାନୁୟାରୀ ୨୦୨୬ ତାରିଖରେ ହେବାକୁ ଥିବା ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ, ଭୋଟର ସଚେତନତା ରାଲି, ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା, ଶ୍ରେଷ୍ଠ ବ୍ଲକ୍ ସ୍ତରୀୟ ଅଧିକାରୀ ଓ ସଂସ୍ଥାମାନଙ୍କୁ ସମ୍ମାନିତ ଏବଂ ନୂତନ ଭୋଟରଙ୍କୁ EPIC କାର୍ଡ ବିତରଣ ସମ୍ପର୍କରେ ଆଲୋଚନା ହୋଇଥିଲା।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଜିତ ଧଳ, ଆସିଷ୍ଟାଣ୍ଟ କଲେକ୍ଟର ସୁକାନ୍ତ କୁମାର ସାହୁ, ଡେପୁଟି କଲେକ୍ଟର ସ୍ବହା ମହାନ୍ତିଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply