ଅନ୍ୟାନ୍ୟ

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ, ସପ୍ତାହେ ବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

By Angul TV Bureau

March 02, 2023

ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମହିଳା ଦିବସ ୨୦୨୩କୁ କିପରି ସଫଳତାର ସହ ପାଳନ କରାଯିବ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହିତ ବିସ୍ତୃତ ଆଲୋଚନା କରାଯାଇଥିଲା। ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ କାର୍ଷା ମୁର୍ମୁ ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ କରିବା ସହ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଏହି ଦିବସ ପାଳନ ଉପଲକ୍ଷେ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ ଚଳିତ ମାସ ୩ ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀ ଶଙ୍କର ବେହେରା, ଜିଲ୍ଲାର ସମସ୍ତ ସିଡିପିଓ, ବିଭାଗୀୟ କର୍ମଚାରୀ, ଅଙ୍ଗନୱାଡି କର୍ମୀ, ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।