ମୁଖ୍ୟ ଖବର

ଆଜିଠାରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ: ଯାଜପୁର, ବାଲେଶ୍ବର, ପୁରୀ ଏବଂ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

By Angul TV Bureau

February 02, 2026

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସନ୍ଧ୍ୟା ୬ଟା ୩୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଲୋକଭବନ ଯାଇ ରାତ୍ରିଯାପନ କରିବେ।ମିଳିଥିବା ସୂଚନା ଅନୁସାରେ, ୩ ତାରିଖ ସକାଳେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନା ହେଲିକପ୍ଟର ଯୋଗେ ଯାଜପୁର ନୂଆ ପ୍ରଶାସନିକ ଭବନ ଗ୍ରାଉଣ୍ଡ ହେଲିପ୍ୟାଡ୍‌ରେ ଅବତରଣ କରିବେ। ମା’ ବିରଜାଙ୍କ ଦର୍ଶନ ପାଇଁ ଯିବେ ଏବଂ ପ୍ରାୟ ଦେଢ଼ ଘଣ୍ଟା ଧରି ମନ୍ଦିରରେ ପୂଜାର୍ଚ୍ଚନା କରିବେ। ସେଠାରୁ ବାଲେଶ୍ବର ଯାଇ ଫକୀରମୋହନ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଅପରାହ୍ନ ପ୍ରାୟ ୩ ଟା ୫୦ ମିନିଟରେ ପୁରୀ ଅଭିମୁଖେ ବାହାରିବେ ଏବଂ ସନ୍ଧ୍ୟାରେ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଳତି ଦର୍ଶନ ସହ ପିଣ୍ଡଦାନ କରିବେ। ପୁରୀ ଲୋକ ଭବନରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟ କାର୍ଯ୍ୟକ୍ରମ: