ପ୍ରାଥମିକ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି

0

ଅନୁଗୁଳ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ ୪୦ ହଜାର ୫୨ ଜଣ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ମିଳିଛି। ସେଥି ମଧ୍ୟରୁ ଲେବୁଲ-୫ରେ ୧୭ ହଜାର ୨୨୯ ଜଣ, ଲେବୁଲ୍-୪ରେ ୨୨ ହଜାର ୧୬୮ ଏବଂ ଲେବୁଲ୍-୩ରେ ୬୫୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପଦୋନ୍ନତି ପାଇଛନ୍ତି। ପୂର୍ବରୁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଥିଲା । ଏହାଦ୍ୱାରା ରାଜ୍ୟର ୬୩ହଜାର ୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ । ଏଥିସହ ଉଚ୍ଚ ପ୍ରାଥମିକସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ଏବଂ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକସ୍ତରରେ ପ୍ରଧାନ ଶିକ୍ଷକ ପଦବୀଗୁଡିକ ମଧ୍ୟ ପୂରଣ ହୋଇପାରିବ । ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ୱାରା ପ୍ରାଥମିକ ବିଦ୍ୟାଳୟଗୁଡିକର ପରିଚାଳନାରେ ଉନ୍ନତି ଆସିବ । ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

Leave A Reply

Your email address will not be published.

error: Content is protected !!