ମୁଖ୍ୟ ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ: ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦି

By Angul TV Bureau

March 17, 2025

ଅନୁଗୁଳ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶେଷ ଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପରେ ସେ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ସୂଚନା ମୁତାବକ, ସୋମବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ତାଙ୍କର ଏହି ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଓଡିଶା ପାଇଁ ତାଙ୍କ ଅବଦାନ ଅତୁଳନୀୟ ବୋଲି କହିଛନ୍ତି ।