ମୁଖ୍ୟ ଖବର

ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମର କାର୍ଯ୍ୟସୂଚୀ ଜାରି

By Angul TV Bureau

October 08, 2022

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁଙ୍କର ଅକ୍ଟୋବର ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଜଗମୋହନ ମୀନାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅକ୍ଟୋବର ୧୦ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟା ବେଳେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ କିଶୋରନଗର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ସେହିଭଳି ୧୭ ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ ଜିଲ୍ଲା କାର୍ଯ୍ୟାଳୟ, ୨୫ ତାରିଖ ( ମଙ୍ଗଳବାର) ପୂର୍ବାହ୍ନ ୧୦ ଟାରେ ପାଳଲହଡା ବ୍ଲକ୍ କାର୍ଯ୍ୟାଳୟ ଓ ୩୧ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ଏହି ସମସ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜର ଆପତ୍ତି ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ଜଣାଯାଇଛି।