ଫେବ୍ରୁଆରୀ ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମର ପ୍ରସ୍ତୁତି ଶେଷ, ଏସବୁ ସ୍ଥାନରେ ଅଭିଯୋଗ କରିପାରିବେ ଲୋକ

You are currently viewing ଫେବ୍ରୁଆରୀ ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମର ପ୍ରସ୍ତୁତି ଶେଷ, ଏସବୁ ସ୍ଥାନରେ ଅଭିଯୋଗ କରିପାରିବେ ଲୋକ

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କର ଫେବ୍ରୁଆରୀ ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥିରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।
ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଫେବ୍ରୁଆରୀ ୬ (ସୋମବାର) ପୂର୍ବାହ୍ନ ୧୦ଟାରେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ କଣିହାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ସେହିଭଳି ୧୩ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଜିଲ୍ଲା କାର୍ଯ୍ୟାଳୟ, ୨୦ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଛେଣ୍ଡିପଦା ବ୍ଲକ୍‌ କାର୍ଯ୍ୟାଳୟ ଓ ୨୭ ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ ଜିଲ୍ଲା କାର୍ଯ୍ୟାଳୟଠାରେ ଶୁଣାଣି ଅନୁଷ୍ଠିତ ହେବ।
ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜର ଆପତ୍ତି ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ କୁହାଯାଇଛି।

Share

Leave a Reply