ମୁଖ୍ୟ ଖବର

ଫେବ୍ରୁୟାରୀ ଓ ମାର୍ଚ୍ଚ ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସ୍ଥିର

By Angul TV Bureau

February 01, 2024

ଅନୁଗୁଳ : ଅନୁଗୁଳ ଜିଲ୍ଲାପାଳ ମହମ୍ମଦ ଅଦାଲ୍ ଅଖତରଙ୍କର ଫେବ୍ରୁୟାରୀ ଓ ମାର୍ଚ୍ଚ ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥିରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଫେବ୍ରୁୟାରୀ ମାସ ୫ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ତାଳଚେର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ୧୨ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ୧୯ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ କଣିହାଁ ବ୍ଲକ କାର୍ଯ୍ୟାଳୟ ଓ ୨୬ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ମାସ ୪ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ପାଳଲହଡ଼ା ବ୍ଲକ କାର୍ଯ୍ୟାଳୟ, ୧୧ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ବଅଁରପାଳ ବ୍ଲକ ଓ ୧୮ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ କିଶୋରନଗର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ।

ଏହି ସମସ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜର ଆପରି ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ଜଣାଯାଉଛି। କୌଣସି ବ୍ୟକ୍ତି ପ୍ରଥମ କରି ସିଧାସଳଖ ଭାବେ ମିଳିତ ଜନଶୁଣାଣି ଶିବିରକୁ ଆସି ଆପତ୍ତି ଅଭିଯୋଗ ନ କରିବାକୁ ମଧ୍ୟ ଜଣାଇ ଦିଆଯାଉଛି।