ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

You are currently viewing ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଅର୍ଥାତ ମାର୍ଚ୍ଚ ୧୯ ତାରିଖ ଚୈତ୍ର କୃଷ୍ଣ ପଞ୍ଚମୀ
ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ପ୍ରାୟ ୫ ଘଣ୍ଟା ଧରି ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Share

Leave a Reply