ଅନୁଗୁଳ: ଜୁଲାଇ ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳର ଅଧ୍ଯକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ। ଏନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ରାଜ୍ୟରେ ବଢୁଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ସରକାରର ବିଫଳତାକୁ ନେଇ ଭୁବନେଶ୍ବର ସ୍ଥିତ ବରମୁଣ୍ଡା ପଡ଼ିଆରେ କଂଗ୍ରେସ ତରଫରୁ ହେବାକୁ ଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ଦୁଇ ନେତା ଯୋଗଦେବେ ବୋଲି ଜଣାପଡ଼ିଛି। ପୂର୍ବରୁ ଜୁଲାଇ ୯ ତାରିଖରେ ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ ବୋଲି କୁହାଯାଉଥିଲା ।