ଭୁବନେଶ୍ୱର: ଅନୁଗୁଳ ସମେତ ରାଜ୍ୟର ୧୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶନିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଓଡ଼ିଶା।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି-ଅନୁଗୁଳ,ଢେଙ୍କାନାଳ,ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ଦେଓଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ନବରଙ୍ଗପୁର, ନୂଆପଡା, ବରଗଡ଼, ରାୟଗଡ଼ା ଓ ବଲାଙ୍ଗିର।ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।