ମୁଖ୍ୟ ଖବର

ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା, ୩ ଦିନ ଯାଏଁ କାଚିବ

By Swagatika Samantray

October 31, 2023

ଭୁବନେଶ୍ୱର : ନଭେମ୍ବର ପହିଲାରୁ ପୁଣି ବର୍ଷିବ। ଆସନ୍ତାକାଲି ଅର୍ଥାତ୍ ବୁଧବାରରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରୁ ପୂର୍ବାଳୀ ତରଙ୍ଗ ପ୍ରଭାବରେ କାଲିଠୁ ବର୍ଷା ହୋଇପାରେ। ପ୍ରଥମ ଦୁଇ ଦିନ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାକୁ ଥିବା ବେଳେ ୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ପୁରୀ ଜିଲ୍ଲାରେ ୧ ତାରିଖ ଦିନ ହାଲୁକା ବର୍ଷା ହୋଇପାରେ। ସେହିପରି ୨ ତାରିଖ ଦିନ ଦକ୍ଷିଣ ଉପକୂଳ ଓଡ଼ିଶା, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୩ ତାରିଖ ଦିନ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାର କେତେକାଂଶରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ଫଳରେ ରାଜ୍ୟରେ ଥଣ୍ଡା କମିବ। କିନ୍ତୁ ବର୍ଷା ପରେ ଥଣ୍ଡା ବଢ଼ିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।