ମୁଖ୍ୟ ଖବର

ତାତିରୁ ମିଳିବ ଆଶ୍ୱସ୍ତି: ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

By Angul TV Bureau

April 14, 2025

ଅନୁଗୁଳ: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ନେଇ ପୁଣି ସତର୍କ କଲାଣି ପାଣିପାଗ ବିଭାଗ।

ଆଗାମୀ ୨୪ ଘଣ୍ଟା ଯାଏଁ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୦ ତାରିଖ ଯାଏଁ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।