ଆଜିର ରାଶିଫଳ

0

ମେଷ: କୃଷ୍ଣପକ୍ଷର ପଶ୍ଚିମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତ ତିଥି ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ମାନ ସମ୍ମାନ ହାନି, ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅଶ୍ବିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ବୁ, ଚେ, ଲୋ, ଲୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା:ମା’ ବଗଳାମୁଖୀ।

ବୃଷ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ ସମ୍ପଦ ଓ ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ ଓ ଯାନବାହନ ଓ ଭୂମିକ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ କୃପା ଏବଂ ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ବରୀ ।

ମିଥୁନ: ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତିତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ମୃଗଶିରା ଓ ପୁର୍ନବସୁ ମିଥୁନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା I

କର୍କଟ: ଘାତବାର, ଘାତଚନ୍ଦ୍ର ଓ ଘାତତିଥ୍ ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, ବାଧାବିଘ୍ନ ଏବଂ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର କ, କୋ, କି, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୧, ଆରାଧନା:ଭଗବାନ ଶିବ ।

ସିଂହ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ,ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧୂକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବ ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା,ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଦ୍ବାଦଶ ଚନ୍ଦ୍ର, ବୁଧବାର ଓ ଷଷ୍ଠ ତିଥ୍‌ ଯୋଗୁ ଅଯଥା ଖର୍ଚ୍ଚ ଓ ବଦ୍‌ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚଭାର ଅହେତୁକ ଭାବରେ କମ୍ ରହିବ । ଏବଂ ଭାବିଚିନ୍ତି ଖର୍ଚ୍ଚ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଆଥ୍‌ଠିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମ କର୍ମରେ ତତ୍ପରତା ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଳଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୬, ଆରାଧନା: ମା’ କମଳା ।

ତୁଳା: ଏକାଦଶ ଚନ୍ଦ୍ର, ବୁଧବାର ଯୋଗୁ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ଆୟର ମାର୍ଗ ଅତି ଉତ୍ତମ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି ଏବଂ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର,ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ବିଛା: କର୍ମ ପ୍ରତି ଏକାଗ୍ରତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସତ୍‌ଚିନ୍ତା, ସଦ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍ଵକର୍ମରେ ଅଧିକ ଆଗ୍ରହ ରହିବ । ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ଓ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମତୃପ୍ତି ଓ ଆତ୍ମସନ୍ତୋଷ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୧୧,ଆରାଧନା: ପ୍ରଭୁ ହନୁମାନ ।

ଧନୁ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି,ମାନସିକ ଦୁଶୂନ୍ଧା, ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନୁର, ପରିବାରରେ ମନୋମାଳିନ୍ୟ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ। କର୍ମରେ ବିଫଳତା ଓ ପଦସ୍ତ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯେ, ଭା, ଭୀ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା:ମା’ ତାରା ।

ମକର: ଘାତଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଯୋଗୁ ଦୁର୍ଘଟଣା ଓ ସ୍ବାସ୍ଥ୍ୟ ପ୍ରତି ସତର୍କ ରହିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ଅନୁଚିତ୍ କର୍ମରେ ଅଧିକ ଆଗ୍ରହ ରଖୁବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖୁ, ଖୁ, ଖେ, ଖୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୩, ଆରାଧନା:ମା’ ଭୈରବୀ ।

କୁମ୍ଭ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦପ୍ରମୋଦ ଓ ମଉଜ ମସ୍ତିରେ ଅଧୂକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ଧନ ମିଳିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।

ମୀନ: ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥ୍ ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ଦାୟିତ୍ୱ ନେବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଲାଭ କରିବେ ।ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହାୟତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ରେବତୀ ଓ ପୂର୍ବଭାଦ୍ର ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୫,ଆରାଧନା: ପ୍ରଭୁ ଗଜାନନ ।

Leave A Reply

Your email address will not be published.

error: Content is protected !!