ଆଜିର ରାଶିଫଳ

You are currently viewing ଆଜିର ରାଶିଫଳ

ମେଷ : ସପ୍ତମ ଚନ୍ଦ୍ର, ସୋମବାର ଏବଂ ସକାଳ ୧୦ଟା ୩୧ ମିନିଟ୍ ପର୍ଯ୍ୟନ୍ତ ମଙ୍ଗଳଙ୍କ ନକ୍ଷତ୍ର ହେଉଥିବାରୁ ନୂତନ ଭୂମିପୂଜା, ଗୃହ ନିର୍ମାଣ, ଗୃହ ପ୍ରତି । କିମ୍ବା ଭୂମି କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ତଥା କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଅଶ୍ବନୀ ଓ କୃଷିକା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ଅପସରି ଯିବ ଏବଂ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସ୍ଲୋଗ ଜୁଟିବ। କର୍ମରେ ସଫଳତା, କୌଣସି ଶୁଭକର୍ମର ଆୟୋଜନ କିମ୍ବା କୌଣସି ଶୁଭ କର୍ମରେ ଯୋଗଦେବେ। ଯେଉଁମାନଙ୍କର କୃଷିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୨,ଆରାଧନା: ମା’ ଗାୟତ୍ରୀ ।

ମିଥୁନ : ଘାତବାର, ସକାଳ ୧୦ଟା ୩୧ ମିନିଟ୍ ପରେ ଘାତ ନକ୍ଷତ୍ର, ଅତିଗଣ୍ଡଗ ଏବଂ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ନିଜର ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ ଓ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ର ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଘ, ଙ, ଛ ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ସୋମବାର ଏବଂସକାଳ ୧୦ଟା ୩୧ ମିନିଟ୍ ର୍ଯ୍ୟନ୍ତ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ ଓ ଯାନବାହନ କ୍ରୟ କରିପାରନ୍ତି। ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହ୍ୟା,ସହୋଗ ମିଳିବ ଓ ପରିବାରର ସୁଖଶାନ୍ତି ଅତୁଟ ରହିବ ।ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ସହକର୍ମୀଙ୍କ ସହୋଗ ଏବଂ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ ।

ସିଂହ : ନୂତନ ଭୂମିପୂଜା, ଗୃହ ନିର୍ମାଣ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ନୂତନ କର୍ମାରମ୍ଭ କରିପାରନ୍ତି । ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍‌ଗୁନୀ ସିଂହ ସେମାନେ ଉପକୃତ ହେବେ ।।ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ଦ୍ଵିତୀୟ ଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ ନଷ୍ଟ, ଆର୍ଥିକ କ୍ଷତି, ଆର୍ଥିକ ଠକାମି ଏବଂ ଧନକୁ ନେଇ ବିବାଦ ଦେଖାଦେବ । ଅନ୍ୟଠାରୁ ଆଣିଥୁବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥୁବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯେ ସେମାନେ ସତର୍କ ଲେହେବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ।

ତୁଳା : ଶ୍ରୀଚନ୍ଦ୍ର, ସୋମବାର ଓ ଏକାଦଶୀ ତିଥ୍ ଯୋଗୁ ବ୍ୟବସାୟ ଓ କର୍ମରେ ଯାହା ଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ମାନ, ସମ୍ମାନ,ସ୍ବଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୮,ଆରାଧନା: ମା’ କମଳା ।

ବିଛା : ଦ୍ବାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ ଅପବାଦ ଓ ଅପଯଶ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା,ହତୋତ୍ସାହ ଭାବ ଲୋପ୍ ପାଇବ । ଠିକ୍ ସମୟରେ ଠିକ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଅନୁଚିତ୍ କର୍ମରୁ ବିଚ୍ୟୁତ ହୋଇ ଉଚିତ୍ କର୍ମରେ ଧ୍ୟାନ ଦେବେ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଆଗ୍ରହ ରହିବ । କର୍ମରେ ସଫଳତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୬,ଆରାଧନା: ମା’ ଚଣ୍ଡୀ ।

ଧନୁ : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥ୍ ଓ ସୋମବାର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିପାରନ୍ତି କିମ୍ବା ନୂତନ ଭୂମିପୂଜା, ଗୃହ ନିର୍ମାଣ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ମଜବୁତ୍ ହେବ । କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି ଏବଂ ପଦସ୍ତ ଅଧିକାରୀଙ୍କ ଶ୍ରଦ୍ଧାଭାଜନ ହେବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ତାରା ।

ମକର : କର୍ମରେ ଉନ୍ନତି ଏବଂ କର୍ମପ୍ରତି ଅଧିକ ଧ୍ୟାନ ରହିବ । ଆଜି ଯେକୌଣସି କର୍ମ ହାତକୁ ନେବେ ସେଥ୍‌ରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ଵାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୧୧, ଆରାଧନା: ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ମନ ବିଷାଦଗ୍ରସ୍ତ ରହିବ ଏବଂ ସମ୍ମାନ ହାନି ଘଟିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । କର୍ମରେ ବିଫଳତା, ବାଧାବିଘ୍ନ ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗୋ, ସା, ସି, ସୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା: ୬, ଆରାଧନା:ମା’ କାଳୀ ।

ମୀନ : ଅଷ୍ଟମ ଚନ୍ଦ୍ର, ଅତିଗଣ୍ଡ ଯୋଗ ଏବଂ ସକାଳ ୧୦ଟା ୩୧ ମିନିଟ୍ ପରେ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର, ବନ୍ଧୁବାନ୍ଧବଙ୍କ ସହ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନ ଅସ୍ଥିର ରହିବ ଏବଂ ·ଲିଚଳନ,କଥାବାର୍ତ୍ତା, ବ୍ୟବହାର ବିବାଦୀୟ ହେବ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ, ଚା, ଚି ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୭, ଆରାଧନା:ମା’ ତାରା।

Share

Leave a Reply