ମେଷ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ସାହ୍ୟା, ସହୋଗ ଓ ଧନ ମିଳିବ। ପରିବାର ପ୍ରତି ଓ ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ମନରେ ସ୍ନେହ, ଶ୍ରଦ୍ଧା ପ୍ରକାଶ ପାଇବ । କର୍ମରେ ସଫଳତା,ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଦୂଜା ମେଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ।
ବୃଷ: ଯଶ, ସମ୍ମାନ, ସାମାଜିକ ପ୍ରତି ଓ ଜନ ସମ୍ପର୍କ ବୃଦ୍ଧି ପାଇବ। ପରୋପକାର, ସମାଜସେବା ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ। ମନରେ ପ୍ରସନ୍ନତା,ପରିବାରରେ ସୁଖଶାନ୍ତି ଏବଂ ସ୍ଵାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା, ସମ୍ମାନ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା:ମା’ ସମଲେଶ୍ବରୀ ।
ମିଥୁନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ସକାଳ ୯ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ଚାଲିଚଳନ, ବ୍ୟବହାର,କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନ ବିଷାଦଗ୍ରସ୍ତ ରହିବ। ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟିର ଅସଫଳ ପ୍ରୟୋଗ କରିବେ ଓ ସମସ୍ତଙ୍କର ଉପହସିତ ହେବେ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପ୍ରଥମ ନାମାକ୍ଷର କେ, କୋ, ହା, ସେମାନେ ସତର୍କ ହେବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
କର୍କଟ: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆଶ୍ରୟ ପାଇବେ। ସୃଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ। କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା:୧, ଆରାଧନା: ମା’ ଭୁବନେଶ୍ଵରୀ ।
ସିଂହ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭ୍ରାତୃଭଗ୍ନୀଙ୍କ ପ୍ରତି ଆନ୍ତରିକତା ଅଧିକ ରହିବ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ଓ ଉନ୍ନତିମୂଳକ କର୍ମରେ ଅଧିକ ଆଗ୍ରହ ରହିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଦେହ ମନ ସୁସ୍ଥ ରହିବ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ।ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ପ୍ରଭୁ ଗଜାନନ ।
କନ୍ୟା: କୃଷ୍ଣପକ୍ଷର ଦ୍ବିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି,ମାନସିକ ଅସ୍ଥିରତା, ପରିବାରରେ ବିବାଦ, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଆର୍ଥିକ ସ୍ଥିତିରେ ବିର୍ଯ୍ୟୟ ଓ ଧନକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ବଦ୍ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା,ବାଧାବିଘ୍ନ ଏବଂ ଅସମାହିତ ସମସ୍ୟା ପହଞ୍ଚିବ ।ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ଯେ, ପୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୮, ଆରାଧନା: ମା’ ଛିନ୍ନମସ୍ତା ।
ତୁଳା: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସୁଖାଦ୍ୟ,ସୁବସନ ଓ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। ସୃଜନରେ ସୁସମ୍ପର୍କ, ମନରେ ପ୍ରସନ୍ନତା ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। କର୍ମରେ ପରିଶ୍ରମ ତୁଳନାରେ ଅଧ୍ବକ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ସ୍ଵାତୀ ତୁଳା ସେମାନେ ଅଧିକ ସୁଫଳ ପାଇବେ। ଶୁଭରଙ୍ଗ: ଧଳା,ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀରାମ ।
ବିଛା: ଦ୍ବାଦଶ ଚନ୍ଦ୍ର ଓ ମଙ୍ଗଳବାର ଯୋଗୁ ସମସ୍ତ କର୍ମରେ ଆପଣଙ୍କର ତତ୍ପରତା, ବିଚକ୍ଷଣତା ଓ ସମୟାନୁବର୍ତିତା ପ୍ରକାଶ ପାଇବ। ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚରୁ ମୁକ୍ତ ହେବେ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ଧାର୍ମିକ କାର୍ଯ୍ୟରେ ଅଧୁକ ଆଗ୍ରହ ରଖୁବେ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ କର୍ମରେ ସଫଳତା ଓ ସମ ଅଟକିଥୁବା କରିବେ । କାମକୁ ଆଜି ସମ୍ପୂର୍ଣ୍ଣ ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠ । ବିଛା ସେମାନେ ଓ ସୁଫଳ ପାଇବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩,ଆରାଧନା: ପ୍ରଭୁ ହନୁମାନ ।
ଧନୁ: ଏକାଦଶ ଚନ୍ଦ୍ର, ମଙ୍ଗଳବାର ଓ ସକାଳ ୯ଟା ୫୪ ମିନିଟ୍ ପରେ ବୃହସୃଷ୍ଟିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାର୍ଟୁ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସମସ୍ତ ଆଶା ଆକାଂକ୍ଷା ଅଭିଳାଷ ପୂର୍ଣ୍ଣ ହେବ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ଉପଲବ୍ଧ ହେବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା:ପ୍ରଭୁ ଶ୍ରୀଜଗନ୍ନାଥ ।
ମକର: ଘାତବାର, ଘାତତିଥ୍ ଓ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ ଏବଂ ମନ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟରେ ଅଧିକ ଆୟ କରିବା ପାଇଁ ଚେଷ୍ଟା ବିଫଳ ହେବ। କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ। ଶୁଭରଙ୍ଗ:ଧୂସର, ସଂଖ୍ୟା: ୬, ଆରାଧନା: ମା’ ବିମଳା ।
କୁମ୍ଭ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି,ମାନସିକ ଦୁଶ୍ଚିନ୍ଧା, ପରିବାରରେ ବିବାଦ, ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ | ବାଣିଜ୍ୟ, ବ୍ୟବସାୟ,ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ,ଦା, ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା:୧୧, ଆରାଧନା: ମା’ ଭୈରବୀ।
ମୀନ: ଅଷ୍ଟମ ଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ସମସ୍ତ କର୍ମରେ ପ୍ରତିବନ୍ଧକ ଓ ବାଧାବିଘ୍ନ ଦେଖାଦେବ । ସମସ୍ତ କର୍ମରେ ବିଫଳତା ଓ କର୍ମ ପ୍ରତିଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଯାହା ହେବ, ତା’ଠାରୁ ଅଧୂକ ବଦଖର୍ଚ୍ଚ ଓ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ବି ସେମାନେ ସତର୍କ ହେବେ । ଶୁଭରଙ୍ଗ:ଲାଲ, ସଂଖ୍ୟା : ୯, ଆରାଧନା: ମା’ ଧୂମାବତୀ।