ମେଷ: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ବଦ୍ଖର୍ଚ୍ଚ ଅଧିକ ହେବ। କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ। ଯେଉଁମାନଙ୍କର ଅଶ୍ବିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ବୁ, ଚେ, ଲୋ,ଲା ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା:୬, ଆରାଧନା: ପ୍ରଭୁ ହନୁମାନ ।
ବୃଷ: ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ସହ କୌଣସି ଶୁଭକର୍ମରେ ଗଦେବେ କିମ୍ବା ଶୁଭକର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ଧନ ମିଳିବ। କର୍ମରେ ସଫଳତା, ସମ୍ମାନ ଓ ମହିଳା ସହକର୍ମୀଙ୍କ ସହୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ।
ମିଥୁନ: ଷଷ୍ଠ ଚନ୍ଦ୍ର, ବୁଧବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଶତ୍ରୁ ଏଥୁରୁ କିଛି ମାତ୍ରାରେ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଓ ସ୍ବାସ୍ଥ୍ୟ ଉତ୍ତମ ରହିବ । ସମସ୍ତ କର୍ମରେ ସଫଳତା ଓ ସମ୍ମାନ ଆପଣଙ୍କର ପଶ୍ଚାତଧାବନ କରିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୬, ଆରାଧନା: ମା’ ଭୈରବୀ ।
କର୍କଟ: ଘାତବାର, ଘାତନକ୍ଷତ୍ର ଯୋଗୁ ଅନ୍ୟ ସହିତ କଥାବାର୍ତ୍ତା, ବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମାନ ସମ୍ମାନ ହାନି, ମାନସିକ ଅବସାଦ ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୨, ଆରାଧନା:ମା’ ସମଲେଶ୍ବରୀ ।
ସିଂହ: ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ, ନବାହନ ଓ ଭୂମି କ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ, ସୃଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । କର୍ମରେ ସଫଳତା, ସହକର୍ମୀଙ୍କ ସହୋଗ ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ।ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା:୩, ଆରାଧନା: ମା’ ମାଣିକେଶ୍ୱରୀ ।
କନ୍ୟା: ତୃତୀୟ ଚନ୍ଦ୍ର, ବୁଧବାର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଗୃହ ନିର୍ମାଣ, ଭୂମିପୂଜା କିମ୍ବା କୌଣସି ଶୁଭକର୍ମରେ ଆୟୋଜନ କରିପାରନ୍ତି । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ହସଖୁସି ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ ।ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ ।।ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା:୬, ଆରାଧନା: ମା’ ଷୋଡ଼ଶୀ ।
ତୁଳା: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ ନଷ୍ଟ, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମରେ ବିଫଳ, କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ବୃଦ୍ଧି ପାଇବ । ଯେଉଁମାନଙ୍କର ସ୍ବାତୀ ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରୁ, ରେ, ରୋ, ତା ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା:ମା’ ସମଲେଶ୍ବରୀ ।
ବିଛା: ଶ୍ରୀଚନ୍ଦ୍ର ଯୋଗୁ ସୃଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କୌଣସି ଶୁଭକର୍ମରେ ପରିବାର ସହଯୋଗ ଦେବେ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । କର୍ମରେ ସଫଳତା ଓ ସମ୍ମାନ ତଥା ସମସ୍ତଙ୍କର ପ୍ରିୟଭାଜନ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧,ଆରାଧନା: ମା’ ଚଣ୍ଡୀ ।
ଧନୁ: ଦ୍ବାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମକୁ ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବ୍ୟୟ କମ୍ ରହିବ ଏବଂ ସଞ୍ଚୟ ଅଧିକ ରହିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୭, ଆରାଧନା: ମା’ ତାରା।
ମକର: ଏକାଦଶ ଚନ୍ଦ୍ର, ବୁଧବାର ଓ ସକାଳ ୮ଟା ୩୩ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସୁବିଧା ସୁଯୋଗ, ଈପ୍ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ଉତ୍ତରଷାଢ଼ା ଓ ଧନି ମକର ସେମାନେ ଉପକୃତ ହେବେ। ଶୁଭରଙ୍ଗ:କଳା, ସଂଖ୍ୟା: ୩,ଆରାଧନା: ମା’ କାଳୀ ।
କୁମ୍ଭ: କର୍ମରେ ଆବଶ୍ୟକତା ଠାରୁ ଅଧିକ ଏକାଗ୍ରତା ଓ ଆନ୍ତରିକତା ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ନୂତନ ଭୂମିପୂଜା, ଗୃହାରମ୍ଭ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୬, ଆରାଧନା: ମା’ ଦୁର୍ଗା ।
ମୀନ:କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ,କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ବିଷାଦଗ୍ରସ୍ତ ଓ ·ପଗ୍ରସ୍ତ ରହିବ ଏବଂ ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବାଧାବିଘ୍ନ ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦୁ, ଥ, ଝ ସେମାନେ ସତର୍କ ହେବେ ।ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୭, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।