ମେଷ: ଷଷ୍ଠ ଚନ୍ଦ୍ର ରବିଙ୍କ ନକ୍ଷତ୍ର ହେତୁ ମନରେ ପ୍ରସନ୍ନତା,ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ବଚ୍ଛତା ଓ ସମୟାନୁବର୍ତିତା ଆପଣେଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଫ୍ରିଜା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।
ବୃଷ: ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ,ଅନ୍ୟ ସହିତ କଥାବାର୍ତ୍ତା ଏବଂ ପରିବାର ସଦସ୍ୟଙ୍କ ସହିତ ସତର୍କରେ ଚଳିବେ । ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ଧା, ପରିବାରରେ ମତାନ୍ତର, ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର କୃଷିକା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଇ, ଉ, ଏ ସେମାନେ ସତର୍କ ହେବେ ।ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।
ମିଥୁନ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ,ବସନଭୂଷଣ, ଘରୋଇ ଉପକରଣ, ଯାନବାହନ ଓ ଭୂମିକ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ। ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍,ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।
କର୍କଟ: ମାନସିକ, ପାରିବାରିକ ଶାନ୍ତି, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ପ୍ରକାଶ ପାଇବ । ସୁଖବର, ସୁସମ୍ବାଦ ଓ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବ କ୍ଷତିର ଭରଣା କରିବାରେ ସମର୍ଥ ହେବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ସମୟାନୁବର୍ତିତା ଆପଣେଇବେ।ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୨,ଆରାଧନା: ମା’ ଭୁବନେଶ୍ବରୀ ।
ସିଂହ: ଘାତବାର ଓ କୃଷ୍ଣପକ୍ଷର ଦ୍ଵିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା,ପରିବାରରେ ବିବାଦ, ଆର୍ଥିକ ଠକାମି ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମା, ମି, ମୁ, ମେ, ଟେ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା:ମା’ ମାଣିକେଶ୍ବରୀ ।
କନ୍ୟା: ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ମାନସିକ, ପାରିବାରିକ ଶାନ୍ତି, ସ୍ବଜନରେ ସୁସମ୍ପର୍କ ଏବଂ ସ୍ବାସ୍ଥ୍ୟ ଉତ୍ତମ ହେବ । ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ମନ ପ୍ରଫୁଲ୍ଲ ରହିବ । କର୍ମରେ ସଫଳତା, ସମ୍ମାନ ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ:ଚକୋଲେଟ୍, ସଂଖ୍ୟା: ୬ ଆରାଧନା: ଭଗବାନ ବିଷ୍ଣୁ ।
ତୁଳା: କୃଷ୍ଣପକ୍ଷର ଦ୍ବାଦଶ ଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା,ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରି ଯିବ ଏବଂ ମନରୁ କୁଚିନ୍ତା କୁଭାବନା ଲୋପ ପାଇବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅପେକ୍ଷା ବ୍ୟୟ ଉତ୍ତମ ହେବ ଏବଂ ମନ ପ୍ରଫୁଲ୍ଲ ରହିବ । କର୍ମରେ ସଫଳତା, ସମସ୍ତ କଷ୍ଟସାଧ୍ୟ କାମ ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା:୨, ଆରାଧନା: ମା’ ସମଲେଶ୍ବରୀ ।
ବିଛା: ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଭୂମି କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୩,ଆରାଧନା: ପ୍ରଭୁ ହନୁମାନ ।
ଧନୁ: ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସଚିନ୍ଧା, ସଦ୍ଭାବନା ପ୍ରକାଶ ପାଇବ ଏବଂ ସତ୍ଵକର୍ମ ପ୍ରତି ଅଧୂକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅଧିକ ହେବ ଏବଂ ଦେହ ମନ ସୁସ୍ଥ ରହିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫,ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
ମକର: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମନ ବିଷାଦଗ୍ରସ୍ତ।ଓ ଚାପଗ୍ରସ୍ତ ରହିବ ଏବଂ ମାନସମ୍ମାନ ହାନି ଘଟିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧୂକ ହେବ । ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ଏବଂ ପରିବାର ମଧ୍ୟରେ ମନୋମାଳିନ୍ୟ ଦେଖାଦେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ଓ ଯାହାର ପ୍ରଥମ ନାମାକ୍ଷର ଭା, ଜା, ଜୀ ସେମାନେ ସତର୍କ ହେବେ। ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ: ଅଷ୍ଟମ ଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର,କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟଠାରୁ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗୋ, ସା, ସି, ସୁ, ସେମାନେ ସତର୍କ ହେବେ।ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୩,ଆରାଧନା: ମା’ ଚଣ୍ଡୀ ।
ମୀନ: ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ।ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅଧିକ ହେବ ଏବଂ ଅପରିଚିତ ସ୍ବୀହେତୁକ ଧନପ୍ରାପ୍ତି ହେବ। କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବ । ଶୁଭରଙ୍ଗ: ଧଳା,ସଂଖ୍ୟା : ୭, ଆରାଧନା: ପ୍ରଭୁ ଗଜାନନ ।