ଆଜିର ରାଶିଫଳ

0

ମେଷ : ଶୁକ୍ଳପକ୍ଷର ଦ୍ଵାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବଢ଼ି ଚାଲିବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଦ୍ବିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା:୩, ଆରାଧନା: ମା’ ଚଣ୍ଡୀ।

ବୃଷ : ଏକାଦଶ ଚନ୍ଦ୍ର ଦିବା ୧୧ଟା ୪୪ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ ଏବଂ ସମସ୍ତ କ୍ଷେତ୍ରରେ ସଫଳତା ପାଇବା ନିମନ୍ତେ ଯଥାସାଧ୍ୟ ଚେଷ୍ଟା ଜାରି ରଖୁବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଉନ୍ନତି ଆସିବ । ଯେଉଁମାନଙ୍କର ମୃଗଶିରା ବୃଷ,ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ : କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ନିମନ୍ତେ ଉଦ୍ୟମ ଜାରି ରଖିବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧ୍ଵ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନ ପ୍ରଫୁଲ୍ଲ ରହିବ ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ।

କର୍କଟ : ନବମ ଚନ୍ଦ୍ର, ଗୁରୁବାର ଓ ସପ୍ତମୀ ତିଥି ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଦିବା ୧୧ଟା ୪୪ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବେ । ମନରେ ଉଚ୍ଚାଭିଳାଷ ଓ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ।ବାଣିଜ୍ୟ,ବ୍ୟବସାୟରେ ଆୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୨,ଆରାଧନା: ମା’ ସମଲେଶ୍ୱରୀ ।

ସିଂହ : ଅଷ୍ଟମ ଚନ୍ଦ୍ର ଓ ଦିବା ୧୧ଟା ୪୪ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ବାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଓ ଚାଲିଚଳନ ବ୍ୟବହାର ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧ୍ୟକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମା, ମି, ମୁ, ମେ, ମୋ, ମା, ଟି, ଟୁ ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଗଜାନନ ।

କନ୍ଯା : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥ୍ ଯୋଗୁ ମଉଜମସ୍ତି ଓ ଆଭୂଷଣ ପ୍ରତି ଅଧ୍ଵକ ଆଗ୍ରହ ରହିବ। ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ।କର୍ମରେ ସଫଳତା, ସମ୍ମାନ ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତା କନ୍ୟା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଓ ଷଷ୍ଠ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ରୋଗ, ରଣ ଓ ଶତ୍ରୁ ଏଥିରୁ କିଛି ମାତ୍ରାରେ ମୁକ୍ତି ମିଳିବ ଏବଂ ଦେହ ମନ ସୁସ୍ଥ ରହିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪,ଆରାଧନା: ମା’ କମଳା ।

ବିଛା : ସପ୍ତମୀ ତିଥି, ପଞ୍ଚମ ଚନ୍ଦ୍ର, ଗୁରୁବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଦିବା ୧୧ଟା ୪୪ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଯଶ, ସମ୍ମାନ,ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ଧନୁ : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ,ଯାନବାହନରେ ଖର୍ଚ୍ଚାନ୍ତ, ସ୍ୱଜନ ଓ ବନ୍ଧୁବାନ୍ଧବଙ୍କ ସହ ମତାନ୍ତର,ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ,ବ୍ୟବସାୟରେ ସ୍ଵଳ୍ପ ଆୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ।ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ,ଯୋ, ଭୁ, ଧା, ଫା, ଭା ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ମାନସିକ, ପାରିବାରିକ ଶାନ୍ତି, ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭ୍ରାତୃ, ଭଗ୍ନୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । କର୍ମରେ ବିଚକ୍ଷଣତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ପରିଲକ୍ଷିତ ହେବ ଏବଂ ସମସ୍ତ କର୍ମରେ ସଫଳତା ଶୀର୍ଷ।ଛୁଇଁବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଳା,ସଂଖ୍ୟା: ୩, ଆରାଧନା: ମା’ ଦୁର୍ଗା।

କୁମ୍ଭ : ଘାତବାର ଓ ଶୁକ୍ଳପକ୍ଷର ଦ୍ଵିତୀୟ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଆସିବ ନାହିଁ ଏବଂ ମନ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟ ଯେତେ ଅଧିକ ହେଲେ ମଧ୍ୟ ଆହୁରି ଅଧିକ ଆୟ ପାଇଁ ମନ ବ୍ୟାକୁଳ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଉପୁଜିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୧୧, ଆରାଧନା: ମା’ କାଳୀ ।

ମୀନ : ଶ୍ରୀଚନ୍ଦ୍ର, ଗୁରୁବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଦିବା ୧୧ଟା ୪୪ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସମସ୍ତ ଐଶ୍ବର୍ଯ୍ୟର ଅଧିକାରୀ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ କୌଣସି ଶୁଭକର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମାନ ସେମାନେ ଅଧିକ ଶୁଭଫଳ ପାଇବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୫, ଆରାଧନା: ମା’ ତାରା ।

Leave A Reply

Your email address will not be published.

error: Content is protected !!