ଆଜିର ରାଶିଫଳ

0

ମେଷ: ଶୁକ୍ଳପକ୍ଷର ଦ୍ବାଦଶ ଚନ୍ଦ୍ର, ବିଷ୍ଟୀକରଣ ଯୋଗୁ ଅପବ୍ୟୟ, ଅପବାଦ,ଅପଯଶ ଓ ଅପନିନ୍ଦାର ଶିକାର ହେବେ । ମନ ଅସ୍ଥିର ରହିବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ। କର୍ମରେ ବିଫଳତା ଏବଂ କର୍ମ ପ୍ରତି ଆଳସ୍ୟତା ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ବିଜା ଓ କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ, ଆ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ,ସଂଖ୍ୟା: ୧୧, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅର୍ଥକ ସ୍ଥିତିରେ ଉନ୍ନତି ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉତ୍ତମ ହେବ ଏବଂ କର୍ମରେ ଉନ୍ନତି ଓ ସଫଳତା ଆଶାଠାରୁ ଅଧିକ ମିଳିବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୪, ଆରାଧନା: ମା’ ବିମଳା।

ମିଥୁନ: ଦଶମ ଚନ୍ଦ୍ର ଏବଂ ଶନି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ସନ୍ତା,ସମ୍ଭାବନା ପ୍ରକାଶ ପାଇବ ଏବଂ ସତ୍ଵକର୍ମରେ ଅଧ୍ଵକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ମୃଗଶିରା ଓ ଆଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା:୧୨, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ଭୂମି କ୍ରୟ କିମ୍ବା ଗୃହ ନିର୍ମାଣର ଯୋଜନା କରିବେ । କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

: ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥ୍ ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା,ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖୁବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ, ଟା, ଟି, ଟୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬, ଆରାଧନା: ମା’ ମାତଙ୍ଗୀ।

କନ୍ଯା: ସପ୍ତମ ଚନ୍ଦ୍ର ଓ ଘାତତିଥ ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ରହିବ। ମୂଲ୍ୟବାନ ଧାତୁ, ବସନିଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ ।
କର୍ମରେ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୬, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଶୁକ୍ରବାର, ଷଷ୍ଠ ଚନ୍ଦ୍ର ଏବଂ ଶନି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ପରୋପକାର ଓ ସମାଜସେବାରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ହେବ ଏବଂ ଅର୍ଜିତ ଆୟକୁ ଉନ୍ନତିମୂଳକ କର୍ମରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଘାତବାର ଏବଂ ଦିବା ୧୧ଟା ୨୪ ମିନିଟ୍ ପରେ ଘାତ ନକ୍ଷତ୍ର ଓ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ଘାତବାର, ଘାତଚନ୍ଦ୍ର, ଅଷ୍ଟମୀ ତିଥ୍ ଏବଂ ବିଷ୍ଟୀକରଣ ହେତୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର, ସ୍ବଜନରେ କଥାବାର୍ତ୍ତା ଏବଂ
ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସଙ୍କଟ ଆସିବ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଦେଖାଦେବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ‘ଭ’ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଗଜାନନ ।

ମକର: ଶୁକ୍ରବାର, ଅଷ୍ଟମୀ ତିଥ୍ ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ସଫଳତା ଶୀର୍ଷରେ ରହିବ। କର୍ମ ପ୍ରତି ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ମନରେ ଉନ୍ନତ ଚିନ୍ତାଧାରା ଓ ଉନ୍ନତିମୂଳକ କର୍ମରେ ଅଧ୍ୟକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧୂସର, ସଂଖ୍ୟା: ୬, ଆରାଧନା: ମା’ ଭୈରବୀ ।

କୁମ୍ଭ: ଶୁକ୍ଳପକ୍ଷର ଦ୍ଵିତୀୟ ଚନ୍ଦ୍ର, ଶୁକ୍ରବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଅନ୍ୟକୁ ନେଇଥିବା ଧନ ଫେରିପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ।ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।

ମୀନ: ଶ୍ରୀଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ଓ ବିରକ୍ତିଭାବ ପ୍ରକାଶ ପାଇବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ସ୍ଵଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୭, ଆରାଧନା: ମା’ ମାଣିକେଶ୍ଵରୀ ।

Leave A Reply

Your email address will not be published.

error: Content is protected !!