ଆଜିର ରାଶିଫଳ

0

ମେଷ: ଘାତଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତି ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ସମସ୍ତ କର୍ମରେ ପ୍ରତିବନ୍ଧକ ଏବଂ କର୍ମପ୍ରତି ଅନାଗ୍ରହ ଭାବ ଜାଗ୍ରତ ପାଇବ । ନିଜର ଲୋକଙ୍କ ସହ ଶତ୍ରୁତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ ବଦଖର୍ଚ୍ଚ ଅଧିକ ହେବ । ଯେଉଁମାନଙ୍କର ଦ୍ବିଜା ଓ କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ, ଆ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ।

ବୃଷ: ଶୁକ୍ଳପକ୍ଷର ଦ୍ଵାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ । ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ବୃଥା ଭ୍ରମଣ, ଅଯଥା ଖର୍ଚ୍ଚ, ଅନଧିକାର ଚର୍ଚ୍ଚାରେ ଆଗ୍ରହୀ ହେବେ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପରି ନେବାରେ ଅସମର୍ଥ ହେବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର କୃର୍ତ୍ତିକା ଓ ମୃଗଶିରା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଇ, ଉ, ଏ, ଦେ, ଦୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ: ଘାତବାର ଓ ଏକାଦଶ ଚନ୍ଦ୍ର ଓ ଏକାଦଶୀ ତିଥି ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ ଓ ଭୂମିକ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସଫଳତା ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ I

କର୍କଟ: ସୋମବାର, ଦଶମ ଚନ୍ଦ୍ର ଓ ଏକାଦଶୀ ତିଥ୍ ଯୋଗୁ କର୍ମରେ ଉନ୍ନତି,କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧ୍ବକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ। ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ।ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ: ନବମ ଚନ୍ଦ୍ର, ସୋମବାର ଏବଂ ଅପରାହ୍ନ ୨ଟା ୨୩ ମିନିଟ୍ ପରେ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ।କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ମଘା ଓ ପୂର୍ବଫାଲ୍‌ଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ଯା: ଅଷ୍ଟମ ଚନ୍ଦ୍ର ଏବଂ ସକାଳ ୭ଟା ୪୪ ମିନିଟ୍ ପରେ ବିଷ୍ଟିକରଣ ହେତୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଏବଂ କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ।ଯେଉଁମାନଙ୍କର ଉତ୍ତରାଫାଲ୍‌ଗୁନୀ କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ଟୋ, ଗା, ପି ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍, ସଂଖ୍ୟା: ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ସପ୍ତମ ଚନ୍ଦ୍ର, ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ,ମଉଜ ମସ୍ତିରେ ଅଧିକ ଆଗ୍ରହ ରହିବ ଓ ପରିବାର ପ୍ରତି ଦୁର୍ବଳତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳା ହେତୁକ ଧନପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଷଷ୍ଠ ଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶରୀର ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କାର୍ଯ୍ୟରେ ଆଗ୍ରହ ରହିବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ: ପଞ୍ଚମ ଚନ୍ଦ୍ର ଓ ଅପରାହ୍ନ ୨ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଘାତ ନକ୍ଷତ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଓ ଶାରୀରିକ ପୀଡ଼ା ଭୋଗିବେ । ଏହା ପରେ ଶୁଭ ସମୟ ହେତୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର ସଫଳତା ଓ ସମ୍ମାନ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ।ଯେଉଁମାନଙ୍କର ମୂଳା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ:ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ।

ମକର: ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ପଦାର୍ଥ ନଷ୍ଟ, ଆର୍ଥିକ ଠକାମି ଏବଂ ମାଲିକମଦ୍ଦମାରେ ପଡ଼ିପାରନ୍ତି। ସ୍ବଜନରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନରେ କ୍ଷତି ଦେଖାଦେବ । କର୍ମରେ ବିଫଳତା,ସହକର୍ମୀଙ୍କ ସହ ବିବାଦ ଏବଂ ପଦସ୍ଥ ଅଧିକାରୀଙ୍କ ସହ ମତାନ୍ତର ହୋଇପାରେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ଓ ଯାହାର ପ୍ରଥମ ନାମାକ୍ଷର ଭୋ, ଜା,ଜି, ଗା, ଗୀ ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା ମା’ ଚଣ୍ଡୀ ।

କୁମ୍ଭ: ତୃତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ: ଆର୍ଥିକ ସ୍ଥିତିରେ ଉନ୍ନତି ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ। ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ମା’ ତାରା ।

Leave A Reply

Your email address will not be published.

error: Content is protected !!