ଆଜିର ରାଶିଫଳ

0

ମେଷ: ଅଷ୍ଟମ ଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର,କଥାବାର୍ତ୍ତା ବିବାଦୀୟ ହେବ ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ। ସୃଜନରେ ମତାନୁର, ପରିବାରରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା କରିବେ।ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ ଅଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ‘ଆ’, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ।

ବୃଷ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ପରିବାର ପ୍ରତି ଓ ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ସମବେଦନା ଓ ଆନ୍ଧ୍ରରିକତା ଅଧୂକ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ଧନ କିମ୍ବା ସାହ୍ୟା,ସହୋଗ ମିଳିବ। କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ କରିବେ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା: ମା’ କମଳା।

ମିଥୁନ: ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା,ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ବଚ୍ଛତା ଆପଣେଇବେ। ସମ୍ମାନ, ସାମାଜିକ ପ୍ରତି ଓ ଜନ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଆର୍ଦ୍ର ମିଥୁନ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ।

କର୍କଟ: ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଓ ଦୂରଦୃଷ୍ଟିର ପ୍ରୟୋଗରେ ଅସଫଳ ହେବେ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା,ସହକର୍ମୀଙ୍କ ସହ ମତାନୁର ଓ ବହୁବିଧ ସମସ୍ୟା ଉଦ୍ଭିବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ଡି, ଡେ, ଡୋ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ।

ସିଂହ: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ଗୁରୁଜନଙ୍କ କୃପା ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ମିଳିବ। କର୍ମରେ ସଫଳତା, ସମ୍ମାନ ଓ ପଦସୁ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ।ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ।

କନ୍ୟା: ନୂତନ କର୍ମାରମ୍ଭର ଯୋଜନା କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ସୁଖବର,ସୁସମ୍ବାଦ ମିଳିବ ଏବଂ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର କିଛି ମାତ୍ରାରେ ଭରଣା କରିବାରେ ସମର୍ଥ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଦେଖାଦେବ। ଯେଉଁମାନଙ୍କର ହସ୍ନା କନ୍ୟା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ।

ତୁଳା: ଘାତବାର ଓ କୃଷ୍ଣପକ୍ଷର ଦ୍ଵିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର ଓ ଅନ୍ୟ ସହିତ ବ୍ୟବହାର କଲାବେଳେ ସତର୍କ ରହିବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ତି, ତୁ, ତୋ,ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା:୧୨, ଆରାଧନା: ପ୍ରଭୁ ଶ୍ରୀରାମ।

ବିଛା: ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ,ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ । ·ଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ।ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ।

ଧନୁ: ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍ ରହିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ୍ ପାଇବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଗଜାନନ।

ମକର: ଏକାଦଶ ଚନ୍ଦ୍ର ଓ ସକାଳ ୬ଟା ୩୩ ମିନିଟ୍ ପରେ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାର୍ଥୀ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିର ରୂପରେଖ ବଦଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ। ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ କାଳୀ।

କୁମ୍ଭ: ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଓ ଆଗ୍ରହ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ମନ ଅଶାନୁ ରହିବ ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ।

ମୀନ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା,ପରିବାରରେ ମତାନୁର ଏବଂ ଅପମାନ, ଅପଶ, ଅପନିନ୍ଦା ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ପରିବାରର ବୟସ୍କ ବ୍ୟକ୍ତିଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ, ଚା, ଚି ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୯, ଆରାଧନା: ମା’ ତାରା।

Leave A Reply

Your email address will not be published.

error: Content is protected !!