ଆଜିର ରାଶିଫଳ

0

ମେଷ: ଘାତବାର ଓ କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ ଓ ବିଷାଦଗ୍ରସ୍ତ ରହିବ। ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ପଦସୁ ଅଧିକାରୀଙ୍କ କୃପାଲାଭ କରିବେ। ଯେଉଁମାନଙ୍କର ଅଶ୍ବିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୩,ଆରାଧନା: ପ୍ରଭୁ ସ୍କନ୍ଦ।

ବୃଷ: ରବି ପୁଷ୍ୟା ଯୋଗ, ଶନିଙ୍କ ନକ୍ଷତ୍ର ଯୋଗୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ମନରେ ଉତ୍ସାହ,ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ଭ୍ରାତୃଭଗ୍ନୀଙ୍କ ସାହ୍ୟା,ସହଯୋଗ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର କୃଷିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ: କୃଷ୍ଣପକ୍ଷର ଦ୍ବିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି,ମାନସିକ ଅସ୍ଥିରତା, ପରିବାରରେ ବିବାଦ, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଧନ ସମ୍ପଦକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ। କର୍ମରେ ବିଫଳତା,କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର କୁ, ଘ, କ, ଛ, ସେମାନେ ସତର୍କ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଭୈରବୀ।

କର୍କଟ: ଶ୍ରୀଚନ୍ଦ୍ର ରବିବାର ହେତୁ ସୃଜନରେ ସୁସମ୍ପର୍କ,ପରିବାରରେ ସୁଖଶାନ୍ତି ଏବଂ ମନରେ ପ୍ରସନ୍ନତା ଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ। କର୍ମରେ ସଫଳତା ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ଆମୋଦପ୍ରମୋଦ ଓ ମଉଜ, ମଜଲିସରେ ଅଧୁକ ଆଗ୍ରହ ରହିବ ଏବଂ ଦେହ ମନ ସୁସ୍ଥ ରହିବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ହଳଦିଆ,ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ବରୀ ।

ସିଂହ: କୃଷ୍ଣପକ୍ଷର ଦ୍ବାଦଶ ଚନ୍ଦ୍ର ଯୋଗୁ ଖର୍ଚ୍ଚ କରିବାରେ ବହୁ ଟାଳଟୁଳ ନୀତି ଅବଲମ୍ବନ କରିବେ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ମନରୁ ଆଳସ୍ୟତା ଭାବ ଲୋପ ପାଇବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟ କରିବେ। କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ରବି ପୁଷ୍ୟା ଯୋଗ, ଆଠ ତାରିଖ, ଆଠ ନକ୍ଷତ୍ର ଏବଂ ଏକାଦଶ ଚନ୍ଦ୍ର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଈପସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା: ଦଶମ ଚନ୍ଦ୍ର, ରବିପୁଷ୍ୟା ଯୋଗ ମନରେ ସଚିନ୍ତା,ସଦ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମ ପ୍ରତି ଅଧିକ ଆଗ୍ରହ ରହିବ । କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥ୍‌ରେ ସଫଳତା ପାଇବା ଲାଗି ନିଜକୁ ପ୍ରସ୍ତୁତ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ।ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଧଳା, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ବିଛା: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତୃତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ମନ ବିଷାଦଗ୍ରସ୍ତ ଓ ଚାଗ୍ରସ୍ତ ରହିବ ଏବଂ ପରିବାରରେ ମନୋମାଳିନ୍ୟ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ପ୍ରଦସୁ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଅନୁରାଧା ବିଛା ଓ ଯାହାର ପ୍ରଥମ ନାମାକ୍ଷର ନା, ନି, ନୁ,ନେ ସେମାନେ ସତର୍କ ହେବେ । ଶୁଭରଙ୍ଗ :ହଳଦିଆ,ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ: ଅଷ୍ଟମ ଚନ୍ଦ୍ର, ଶନିଙ୍କ ନକ୍ଷତ୍ର ଯୋଗୁ ବାଦବିବାଦ,ସ୍ଵାସ୍ଥ୍ୟ ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା,ପରିବାରରେ ବିବାଦ ଏବଂ ଚାଳିଚଳନ, ବ୍ୟବହାର,କଥାବାର୍ତ୍ତା ବିବାଦୀୟ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବିଫଳତା,ବାଧାବିଘ୍ନ ଓ କର୍ମ ପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭୁ, ଧା, ଫା ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ମକର: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ଅପରିଚିତ ମହିଳାଙ୍କଠାରୁ ସାହ୍ୟା,ସହୋଗ ମିଳିବ ଏବଂ ପରିବାର ଓ ପରିବାରର ସଦସ୍ୟଙ୍କ ପ୍ରତି ଅଧୂକ ଆନ୍ତରିକତା ରହିବ । ଆମୋଦପ୍ରମୋଦ,ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସାହ୍ୟା,ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନି । ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧୂସର, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

କୁମ୍ଭ: ରବି ପୁଷ୍ୟା ଯୋଗ, ଶନିଙ୍କ ନକ୍ଷତ୍ର ଓ ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଶରୀର ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଯଶ, ସମ୍ମାନ ବୃଦ୍ଧି ପାଇବ। କର୍ମରେ ସଫଳତା ଶୀର୍ଷରେ ରହିବ ଏବଂ ସମସ୍ତ କର୍ମ ଆପଣଙ୍କ ଆୟତ୍ତରେ ରହିବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା : ମା’ ଭୈରବୀ।

ମୀନ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ବିଦ୍ୟା, ବୁଦ୍ଧି, ଜ୍ଞାନ,ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟିର ଅସଫଳ ପ୍ରୟୋଗ କରିବେ ଏବଂ ମାନ, ସମ୍ମାନ ହାନି ହେବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ କିମ୍ବା ପିତାମାତାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ଓ ଯାହାର ପ୍ରଥମନାମାକ୍ଷର ଦୁ, ଧ, ଟ ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ।

Leave A Reply

Your email address will not be published.

error: Content is protected !!