ଆଜିର ରାଶିଫଳ

0

ମେଷ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ଦିବା ୧୧ଟା ୫୦ ମିନିଟ୍ ମଧ୍ୟ ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ଅସଫଳ ପ୍ରୟୋଗ କରିବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ବିପଦରେ ପଡ଼ିବେ। ପିତାମାତାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପରିକୁ ନେଇ ବିବାଦ ହେବ । କର୍ମରେ ବିଫଳତା,ସମ୍ମାନ ହାନି ଘଟିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । ଯେଉଁମାନଙ୍କର ଅଶ୍ବିନୀ ଓ ଦ୍ବିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଚୁ, ଚେ,ଚୋ, ଲୋ, ଲା, ଲି, ଲୁ, ଲୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ବୁଧବାର ଏବଂ ଦିବା ୧୧ଟା ୫୦ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ଘଟିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ସହକର୍ମୀଙ୍କ ସହାୟତା ଏବଂ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର କୃଷିକା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା।

ମିଥୁନ: ମନରେ ଉଚ୍ଚାଭିଳାଷ, ଉନ୍ନତ ଚିନ୍ତାଧାରା ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ। କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଏବଂ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ ।ଯେଉଁମାନଙ୍କର ଆର୍ଦ୍ର ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମେରୁନ୍,ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ: ଘାତଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ ।
କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ। ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ଫେରି ପାଇବାରେ ଅସମର୍ଥ ହେବେ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ଡୁ, ଡେ, ଡୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ।

ସିଂହ: ଧନ, ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ
ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ
କର୍ମରେ ସଫଳତା, ସମ୍ମାନ ଓ ପରିଶ୍ରମ ତୁଳନାରେ ଅଧିକ ରହିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ଯା: କୃଷ୍ଣପକ୍ଷର ଦ୍ବାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶ ଓ ଅପନିନ୍ଦାରୁ ମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ବହୁତ ଟାଳଟୁଳ ନୀତି ଅବଲମ୍ବନ କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମ ଓ କଷ୍ଟସାଧ୍ୟ କାମ ଆପଣଙ୍କ ଆଜି ସହଜ ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସବୁଜ, ସଂଖ୍ୟା :୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ଏକାଦଶ ଚନ୍ଦ୍ର, ଏଗାର ତାରିଖ ଓ ସକାଳ ୧୧ଟା ୫୦ ମିନିଟ୍ ପରେ ଏଗାର ନକ୍ଷତ୍ର ଶୁକ୍ରଙ୍କର ହେତୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ସୁଖ, ସମ୍ପଦ, ଐଶ୍ବର୍ଯ୍ୟ ପ୍ରାପ୍ତି ହେବ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ପ୍ରମୋଶନ ମିଳିପାରେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ବିଶାଖା ଓ ସ୍ବାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ:ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା: ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧ୍ୟକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଆଜି ଯେକୌଣସି କର୍ମ ଆରମ୍ଭ କରିବେ କିମ୍ବା ହାତକୁ ନେବେ ସେଥରେ ଶତ ପ୍ରତିଶତ ସଫଳତା ମିଳିବ। ମନରେ ସଚିନ୍ତା,ସମ୍ଭାବନା ପ୍ରକାଶ ପାଇବ ଏବଂ ସତ୍ୟକର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି,ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ: ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ମାନ, ସମ୍ମାନ ହାନି ଏବଂ ମନ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯେ, ଭୁ, ଧା ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର: ଘାତଚନ୍ଦ୍ର ଯୋଗୁ ଋଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖୁବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବାଧାବିଘ୍ନ ଏବଂ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର ଓ ଯାହାର ପ୍ରଥମ ନାମାକ୍ଷର ଗା, ଗି ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ: ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଆମୋଦପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧୁକ ଆଗ୍ରହ ରହିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା,ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ: ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ-ଏଥୁରୁ କିଛି ମାତ୍ରାରେ ମୁକ୍ତି ମିଳିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା,ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତିତା ଆପଣାଇବେ । ପରୋପକାର ଓ ସମାଜସେବାରେ ଅଧିକ ଆଗ୍ରହ ରହିବ ଏବଂ ମନ ପ୍ରଫୁଲ୍ଲ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।

Leave A Reply

Your email address will not be published.

error: Content is protected !!