ଆଜିର ରାଶିଫଳ

0

ମେଷ: ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ଭ୍ରାତୃଭଗ୍ନୀଙ୍କ ପ୍ରତି ଅଧୂକ ଆନ୍ତରିକତା ଏବଂ ସମସ୍ତ ସାହାଯ୍ୟ ସହଯୋଗ କରିବେ। ଉନ୍ନତିମୂଳକ କର୍ମରେ ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ କିମ୍ବା ନୂତନ କର୍ମାରମ୍ଭ କରିବା ପାଇଁ ଉଦ୍ୟମ କରିବେ। ଯେଉଁମାନଙ୍କର ଅଶ୍ବିନୀ ଓ କୃଷିକା ମେଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ମା’ଚଣ୍ଡୀ

ବୃଷ: ଦ୍ବିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥୁବା ଧନ ଫେରିପାଇବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ସନ୍ତୋଷ ରହିବ ନାହିଁ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ସିଲଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ।

ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଲକ୍ଷ୍ମୀଙ୍କର କୃପକୂଟ୍ଟା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆମତୃପ୍ତି ମିଳିବ। ମନରେ ପ୍ରସନ୍ନତା, ପଡ଼ୋଶୀଙ୍କ ସହ ମିତ୍ରତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ଉପକୃତ ହେବେ ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ଭୈରବୀ।

କର୍କଟ: ଦ୍ବାଦଶ ଚନ୍ଦ୍ର ଯୋଗୁ ଆୟ ପଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ। ମନରେ ଅସ୍ଥିରତା, ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ କରିବେ ।ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର କି, କୁ, କେ, ଡୋ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭବନେଶରୀ।

ସିଂହ: ଏକାଦଶ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରପ୍ତି ହେବ। ସମସ୍ତ ଆଶା,ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ ପଦାର୍ଥ ହାତ ପାହାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପବ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ବରୀ।

କନ୍ୟା: ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମ ଆରମ୍ଭ କରିବା ପୂର୍ବରୁ ସତର୍କତା ଜରୁରୀ । ମନରେ ଅସ୍ଥିରତା,ଚାଲିଚଳନରେ ଅସ୍ବାଭାବିକତା, କଥାବାର୍ତ୍ତାରେ ଉଦ୍ଧୃଙ୍ଖଳତା ଏବଂ କର୍ମ ପ୍ରତି ଅଜଣା ବିପଦ ଆସିପାରେ। ସମସ୍ତ କର୍ମ ବିବାଦୀୟ ହେବ, ସଫଳତା ଅପେକ୍ଷା ବିଫଳତା ଅଧୂକ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ଅଧିକ ହେବ ଏବଂ ଅପମାନ,ଅପଯଶ, ଓ ଅପନିନ୍ଦା ଅଧୁକ ମିଳିବ । ଯେଉଁମାନଙ୍କର ହସ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପ, ଷ, ଣ, O,ସେମାନେ ସତର୍କ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା।

ତୁଳା: ଉଚ୍ଚ ସମ୍ମାନ, ଉଚ୍ଚ ପଟ୍ଟଦବୀ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଗୁରୁଜନଙ୍କ କୃପା,କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା : ୮, ଆରାଧନା : ମା’ ସମଲେଶ୍ବରୀ।

ବିଛା: ଯଶ, ସମ୍ମାନ, ସାମାଜିକ ପ୍ରତି ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ପରୋପକାର ଓ ସମାଜ ସେବାରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଋଣ ଓ ଶତ୍ରୁ ଏ ତିନୋଟିରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠ ବିଛା ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ।

ଧନୁ : ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତିର ବିକାଶ ଘଟିବ। ମନରେ ପ୍ରସନ୍ନତା,ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ଯମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ।ପିତାମାତାଙ୍କ କୃପା ଏବଂ ପୁରାତନ ବନ୍ଧୁଙ୍କ ସାହ୍ୟା, ସହଯୋଗ ମିଳିବ ଏବଂ କଳା, ସଂସ୍କୃତିରେ ଅଧୂକ ରୁଚି ରହିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ।ଶୁଭରଙ୍ଗ: ଲାଲ, ସଂଖ୍ୟା: ୫,ଆରାଧନା: ମା’ ଧୂମାବତୀ।

ମକର : ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖୁ, ଖୁ, ଖେ, ଖୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’
ଭୈରବୀ।

କୁମ୍ଭ : ମାନସିକ, ପାରିବାରିକ ଶାନ୍ତି ଏବଂ ଭାଇ,ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ। ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧୂସର, ସଂଖ୍ୟା : ୧୧, ଆରାଧନା: ମା’ କାଳୀ।

ମୀନ: ସ୍ତ୍ରୀ ସୌଖ୍ୟ, ସ୍ତ୍ରୀ ହେତୁକ ଧନପ୍ରାପ୍ତି ଏବଂ ମଉଜ ମସ୍ତିରେ ଅଧ୍ବକ ଧାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। କର୍ମରେ ସଫଳତା ଓ ସମ୍ମାନ ମିଳିବ । ମୂଲ୍ୟବାନ ଧାତୁ,ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।

Leave A Reply

Your email address will not be published.

error: Content is protected !!