ମେଷ: ଘାତବାର ଏବଂ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପବରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବ ଏବଂ କର୍ମ ପ୍ରତି ଅଧୂକ ଆଗ୍ରହ ରହିବ । ଯେଉଁମାନଙ୍କର ଅଶ୍ବିନୀ ଓ କୃଷିକା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ହନୁମାନ।
ବୃଷ: ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ,ଖ୍ୟାତି, ସୁଖ୍ୟାତି, ବୃଦ୍ଧି ପାଇବ ଏବଂ ମନରେ ଉନ୍ନତ ଚିନ୍ନାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ କରିଥିବା କ୍ଷତିର ଭରଣା କିଛି ମାତ୍ରାରେ ସମର୍ଥ ହେବେ । କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା: ୨, ଆରାଧନା : ପ୍ରଭୁ ଶ୍ରୀରାମ।
ମିଥୁନ: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା,ପରିବାରରେ ବିବାଦ ଏବଂ ଚାଲିଚଳନ ବ୍ୟବହର ବିବାଦୀୟ ହେବ । ବିନା କାରଣରେ ବହୁତ ବ୍ୟସ୍ତ ରହିବ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖୁବେ । ବାଣିଜ୍ୟ, ବ୍ୟବସାୟ ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ବହୁ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ,ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା : ମା’ ଛିନ୍ନମସ୍ତା।
କର୍କଟ: ସପ୍ତମ ଚନ୍ଦ୍ର ଯୋଗୁ ପରିବାର ପ୍ରତି ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧୂକ ରହିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ । କର୍ମରେ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁମାନଙ୍କର ପୂଷ୍ୟା କର୍କଟ, ସେମାନେ ସୁଫଳ ପାଇବେ । ସଂଖ୍ୟା: ୧, ଶୁଭରଙ୍ଗ: ଧଳା,ଆରାଧନା:ମା’ ସମଲେଶ୍ବରୀ।
ସିଂହ: ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ ଏବଂ ଅନ୍ୟ ସହିତ କଥାବାର୍ତ୍ତା କଲାବେଳେ ସତର୍କ ହେବେ । ପରିବାରରେ ଅଶାନ୍ତି, ମନରେ ଅସ୍ଥିରତା ଏବଂ ଶାରୀରିକ ପିଡ଼ା ଭୋଗିବେ । ଅଯଥା ଶତ୍ରୁବୃଦ୍ଧି ଘଟିବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ,ଟା, ଟି, ଟୁ ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ମା ମାତଙ୍ଗୀ।
କନ୍ୟା: ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ ଗରିମା, ଏବଂ ଦୂରଦୃଷ୍ଟିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଗର୍ବିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ପିତାମାତାଙ୍କ କୃପା ଏବଂ ସମସ୍ତ କର୍ମରେ ଆପଣଙ୍କର ଦୂରଦୃଷ୍ଟିର ପ୍ରକାଶ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ।
ତୁଳା: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଆର୍ଥିକ କ୍ଷତି,ଆର୍ଥିକ ଠକାମି, ପରିବାରରେ ମତାନ୍ତର, ସୃଜନ ଓ ପଡ଼ୋଶୀଙ୍କ ସହ ତିକୃତା, ଯାନବାହନରେ ଖର୍ଚ୍ଚାନ୍ତି ଏବଂ ଶାରୀରିକ ପିଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ଅଧୂକ କ୍ଷତି ହେବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ସମସ୍ତ କର୍ମ ମନେ ହେବ । ଯେଉଁମାନଙ୍କର ବିଶାଖା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ତି, ତୁ, ତେ,ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ବରୀ।
ବିଛା: ଶୁକ୍ଳପକ୍ଷର ତୃତୀୟ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭ୍ରାତୃ, ଭଗ୍ନୀଙ୍କର ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ଲିଚଳନ,ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ।
ଧନୁ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରାପ୍ତି, ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ । ଆୟ ଓ ଧନ ଯେତେ ଅଧୂକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟ ଅଧିକ କରିବା ପାଇଁ ନୂତନ କଳା, କୌଶଳ ଆପଣାଇବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ଗଜାନନ।
ମକର: ଶ୍ରୀଚନ୍ଦ୍ର, ଶ୍ରୀୟଂ ଦଦ୍ୟାତ୍ ଅର୍ଥାତ୍ ଶ୍ରୀଚନ୍ଦ୍ର, ଧନ,ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ଆଣିବାରେ ସହାୟକ ହୋଇଥାଏ । ସ୍ବଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ମନରେ ପ୍ରସନ୍ନତା ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : କଫି, ସଂଖ୍ୟା :୩, ଆରାଧନା : ମା’ ଭୈରବୀ।
କୁମ୍ଭ: ଶୁକ୍ଳପକ୍ଷର ଦ୍ବାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ମନରେ ଦୁଶ୍ଚିନ୍ତା,ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପଶଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ନିଷ୍ଫଳ ଯାତ୍ରା କରିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଆର୍ଥିକ ସ୍ଥିତିରେ ଅବନତି ଆସିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ, ଦା ସେମାନେ ସତର୍କ ହେବେ। ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ।
ମୀନ: ଏକାଦଶ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ରହିବ। ଅନ୍ୟକୁ ନେଇଥିବା ଧନ ଓ ବାକି ପଡ଼ିଥିବା ଧନ ଆଦାୟ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଅର୍ଜିତ ଆୟ ଉନ୍ନତିମୂଳକ କର୍ମରେ ବିନିଯୋଗ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।