ଆଜିର ରାଶିଫଳ

0

ମେଷ: ଶୁକ୍ଳପକ୍ଷ ୯ଟା ୩୮ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ କିଛି ଶୁଭଫଳ ମିଳିପାରେ । ଏହା ପରେ କୃଷ୍ଣପକ୍ଷର ଦ୍ଵିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ଏବଂ ଧନକୁ ନେଇ ବିବାଦ ଦେଖାଦେବ। ଆର୍ଥିକ କ୍ଷତି ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଗଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ଦ୍ବିତା ଓ କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ ଲୋ, ଆ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀରାମ ।

ବୃଷ: ଶ୍ରୀଚନ୍ଦ୍ର ଯୋଗୁ, ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ ଏବଂ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ।

ମିଥୁନ: ଦ୍ବାଦଶ ଚନ୍ଦ୍ର ଓ ଶୁକ୍ଳପକ୍ଷ ସକାଳ ୯ଟା ୩୮ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ କିଛି ଅଶୁଭଫଳ ମିଳିପାରେ। ଏହା ପରେ କୃଷ୍ଣପକ୍ଷ ଯୋଗୁ ଅପବ୍ୟୟ, ଅପବାଦ ଓ ଅପନିନ୍ଦାରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଆର୍ଦ୍ର ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୬, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ଏକାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ଓ ପ୍ରତିପତି ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଆସିବ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୭, ଆରାଧନା: ଭଗବାନ ଶିବ ।

ସିଂହ: ଦଶମ ଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ର ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମ କରିବାର ଶୈଳୀରେ ଉନ୍ନତି ଆସିବ ଏବଂ ସମସ୍ତ କର୍ମରେ ଆପଣଙ୍କ କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ନୂତନ କର୍ମାରମ୍ଭର ଯୋଜନା କରିବେ କିମ୍ବା ନୂତନ ନିଯୁକ୍ତିର ଖବର ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ ମନ ସୁସ୍ଥ ରହିବ। ଯେଉଁମାନଙ୍କର ମଘା ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ।

କନ୍ଯା: ନବମ ଚନ୍ଦ୍ର ଓ ଶୁକ୍ଳପକ୍ଷ ୯ଟା ୩୮ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ କିଛି ଶୁଭଫଳ ମିଳିପାରେ। ଏହା ପରେ କୃଷ୍ଣପକ୍ଷ ହେତୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ମା’ ଭୈରବୀ ।

ତୁଳା: ଘାତବାର ଓ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ ।ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତଧାବନ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବଦଖର୍ଚ୍ଚ ଅଧ୍ୟକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଚିତ୍ରା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରା, ରି, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ।

ବିଛା: ଘାତଚନ୍ଦ୍ର ଯୋଗୁ ଅପରିଚିତ ମହିଳାଙ୍କଠାରୁ ଅପମାନ ପାଇବେ ଏବଂ ବିପଦରେ ପଡ଼ିପାରନ୍ତି। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ସ୍ୱଳ୍ପ ଆୟ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ସହ ବିବାଦ ହେବ । ଦାମ୍ପତ୍ୟ ଜୀବନରେ କଳହର ସୂତ୍ରପାତ ହେବ କିମ୍ବା ଧର୍ମପତ୍ନୀଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ । ଯେଉଁମାନଙ୍କ ଅନୁରାଧା ବିଛା ଓ ଯାହାର ପ୍ରଥମ ନାମାକ୍ଷର ନା, ନି, ନୁ, ନେ ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ଷଷ୍ଠ ଚନ୍ଦ୍ର ଓ ଗୁରୁବାର ହେତୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ସମାଜସେବା, ପରୋପକାର ଓ ଧାର୍ମିକ କାର୍ଯ୍ୟରେ ଅଧୁକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ଧନ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଦିବା ୧୨ଟା ୩୩ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଏବଂ ଶୁକ୍ଳପକ୍ଷ ସକାଳ ୯ଟା ୩୮ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଆଂଶିକ ଶୁଭଫଳ ମିଳିବ । ଏହାପରେ କୃଷ୍ଣପକ୍ଷ ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ମକର ଓ ଯାହାର ପ୍ରଥମ ନାମାକ୍ଷର ଗା, ଗି ସେମାନେ ସତର୍କ ହେବେ। ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।

କୁମ୍ଭ: ଶୁକ୍ଳପକ୍ଷ ଘାତଚନ୍ଦ୍ର ଓ ଚତୁର୍ଥ ଚନ୍ଦ୍ର ଭୋଗ ହେଉଥିବାରୁ ସକାଳ ୯ଟା ୩୮ ମିନିଟ୍ ପର୍ଯ୍ୟନ୍ତ ଶୁକ୍ଳପକ୍ଷ ହେତୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଅଶୁଭଫଳ ମିଳିବ । ଏହା ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ଆର୍ଥିକ ଅବସ୍ଥାରେ ଉନ୍ନତି, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ ହେବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୬, ଆରାଧନା: ମା’ କାଳୀ ।

ମୀନ: ତୃତୀୟ ଚନ୍ଦ୍ର, ଗୁରୁବାର ଓ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମରେ ଉନ୍ନତି ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୨, ଆରାଧନା: ମା’ ତାରା ।

Leave A Reply

Your email address will not be published.

error: Content is protected !!