ଆଜିର ରାଶିଫଳ

0

ମେଷ : ଘାତବାର ଓ ଘାତଚନ୍ଦ୍ର ହେତୁ ବାଦବିବାଦ,ସ୍ବାସ୍ଥ୍ୟ, ସୃଜନରେ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ | ମନରେ ଅସ୍ଥିରତା,ପରିବାରରେ ବିବାଦ, ସୃଜନରେ ଓ ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା : ୩, ଆରାଧନା: ମା’ ଚଣ୍ଡୀ।

ବୃଷ : ଅଯଥା ଖର୍ଚ୍ଚ, ବଦଖର୍ଚ୍ଚ ଓ ପରିବାରରେ ଖର୍ଚ୍ଚଭାର ଅହେତୁକ ଭାବେ ବଢ଼ି ଚାଲିବ ଏବଂ ଖର୍ଚ୍ଚଭାରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ। କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ରୋହିଣୀ ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଓ, ବା, ବି, ଦୁ ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ।

ମିଥୁନ: ଏକାଦଶ ଚନ୍ଦ୍ର ଯୋଗୁ ଆୟରେ ଆଖୁଦୃଶିଆ ଉନ୍ନତି ଦେଖାଦେବ। କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆକସ୍ମିକ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅଧୂକ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଉତନ୍ତି ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଦେଖାଦବେ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ।
ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା।

କର୍କଟ: ନବମ ଚନ୍ଦ୍ର ଓ ପରେ ଦଶମ ହେତୁ ଭାଗ୍ୟରେ,କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ଓ ବିଶ୍ବାସ ରଖିବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ। ମନରେ ସତ୍‌ଚିନ୍ଧା, ସଦ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍ଵକର୍ମରେ ଅଧୂକ ଆଗ୍ରହ ରହିବ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ମଧ୍ଯମ ହେବ ଏବଂ ଦେହ, ମନ ସୁସ୍ଥ ରହିବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ।ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ବରୀ।

ସିଂହ: ସକାଳ ୬ଟା ୧୬ ମିନିଟ୍ ପରେ ନବମ ଚନ୍ଦ୍ର ହେତୁ ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ। ଗୁରୁଜନଙ୍କ ସେବା ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବରୁ କରିଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ । କର୍ମରେ ସଫଳତା ଓ ପଦସୁ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ।ଯେଉଁମାନଙ୍କର ପୂର୍ବାଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ମା’ ମାତଙ୍ଗୀ।

କନ୍ୟା: ଅଷ୍ଟମ ଚନ୍ଦ୍ର ରବିବାର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ କର୍ମରେ ଆଗ୍ରହ ରଖୁବେ ଏବଂ ବିନା କାଣରରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧୂକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପୁ, ଷ, ଣ, ୦ ସେମାନେ ସତର୍କ ହେବେ।ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୬, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ସପ୍ତମ ଚନ୍ଦ୍ର ଓ ଘାତତିଥ୍ ଯୋଗୁ ଓ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ପରିବାରରେ ସୁଖଶାନ୍ତିର ପରିବେଶ ରହିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ବରୀ।

ବିଛା: ଶୁକ୍ଳପକ୍ଷର ଷ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ,ସାମାଜିକ ପ୍ରତି ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ପରୋପକାର ଓ ସମାଜ ସେବାରେ ଅଧୁକ ଆଗ୍ରହ ରହିବ ଏବଂ ରୋଗ, ଋଣ ଓ ଶତ୍ରୁ – ଏ ତିନୋଟିରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠ ବିଛା ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ।

ଧନୁ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ,ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତିର ବିକାଶ ଘଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ପିତାମାତାଙ୍କ କୃପା ଏବଂ ପୁରାତନ ବନ୍ଧୁଙ୍କ ସାହ୍ୟା, ସହଯୋଗ ମିଳିବ ଏବଂ କଳା,ସଂସ୍କୃତିରେ ଅଧୂକ ରୁଚି ରହିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୫, ଆରାଧନା: ମା’ ଧୂମାବତୀ।

ମକର: ଚତୁର୍ଥ ଚନ୍ଦ୍ର, ଘାତତିଥ୍ ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ,ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖୁ, ଖୁ, ଖେ, ଖୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ ଭୈରବୀ ।

କୁମ୍ଭ : ମାନସିକ, ପାରିବାରିକ ଶାନ୍ତି ଏବଂ ଭାଇ,ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ। ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ଉନ୍ନତ ଚିନ୍ନାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧୂସର, ସଂଖ୍ୟା : ୧୧, ଆରାଧନା: ମା’ କାଳୀ।

ମୀନ : ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ସମର୍ଥ ହେବ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୯, ଆରାଧନା: ମା’ ଧୂମାବତୀ ।

Leave A Reply

Your email address will not be published.

error: Content is protected !!