ଆଜିର ରାଶିଫଳ

0

ମେଷ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ନା, ପରିବାରରେ ମତାନ୍ତର,ପିତାମାତାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସଙ୍କଟ ଉପୁଯିବ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ବିପଦରେ ପଡ଼ିବେ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ସହ ବିବାଦ ହେବ। ଯେଉଁମାନଙ୍କର ଅଶ୍ବିନୀ ମେଷ ଓ ଯାହାର ପ୍ରଥମ ନାମାକ୍ଷର ବୁ, ଚେ, ଚୋ, ଲା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା,କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ସୃଜନରେ ସୁସମ୍ପର୍କ,ପରିବାରରେ ସୁଖଶାନ୍ତି ଏବଂ ପଡ଼ୋଶୀଙ୍କ ସହିତ ମଧୁର ସମ୍ପର୍କ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିବହନ ବ୍ୟବସାୟ ଆଜି ଅଧିକ ଲାଭ ଆଣିବ। କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିପାରେ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ବରୀ।

ମିଥୁନ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ସାହ୍ୟା, ସହଯୋଗ ମିଳିବ। ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମ କରିବାରେ ଶୈଳୀରେ ଉନ୍ନତି ଆସିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ: ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା,ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖଚ୍ଚ ଦ୍ବିଗୁଣ ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହୁ, ହେ, ହୋ, ହା, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ବରୀ ।

ସିଂହ: ଶ୍ରୀଚନ୍ଦ୍ର ଯୋଗୁ ସୃଜନରେ ସୁସମ୍ପର୍କ, ପରିବାରରେ ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧାର ଆସିବ। କର୍ମରେ ପରିଶ୍ରମ ତୁଳନାରେ ସଫଳତା ଅଧିକ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ,ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଦ୍ବାଦଶ ଚନ୍ଦ୍ର ଓ କୃଷ୍ଣପକ୍ଷ ଯୋଗୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଖର୍ଚ୍ଚ ହେବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ। କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସୁଚାରୁରୂପେ ସମ୍ପାଦନ କରିବେ। ମୂଲ୍ୟବାନ ଧାତୁ, ଭୂମି ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ଧନର ସତ୍ ବିନିଯୋଗ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ। ଶୁଭରଙ୍ଗ:ସବୁଜ, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ ।

ତୁଳା: ଏକାଦଶ ଚନ୍ଦ୍ର, ଦ୍ବିତୀୟା ତିଥ୍‌ ଯୋଗୁ ଆର୍ଥିକ ସ୍ଥିତି ଯୋଗୁ ଆର୍ଥିକ ସ୍ଥିତିରେ ଉନ୍ନତି ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ ଏବଂ ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। ନୂତନ ବ୍ୟବସାୟ ପାଇଁ ସୁଯୋଗ ଜୁଟିବ ଏବଂ ସମସ୍ତ ଆଶା,ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ। କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା,ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା:୬, ଆରାଧନା: ମା’ କମଳା ।

ବିଛା: ଦଶମ ଚନ୍ଦ୍ର ଓ ମଙ୍ଗଳବାର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧୂକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସଚିନ୍ଧା, ସଦ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍ଵକର୍ମରେ ଅଧିକ ଆଗ୍ରହ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ବାସ୍ଥ୍ୟ ଉତ୍ତମ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ବିଶାଖା ଓ ଜ୍ୟେ । ବିଛା ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬,ଆରାଧନା : ପ୍ରଭୁ ହନୁମାନ।

ଧନୁ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି,ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ସ୍ବଳ୍ପ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ନାରାୟଣ ।

ମକର: ଘାତଚନ୍ଦ୍ର, ମଙ୍ଗଳବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥୁବାରୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖୁ, ଖୁ, ଖେ,ଖୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ: ଆମୋଦପ୍ରମୋଦ ଓ ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ବୀହେତୁକ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ ଓ ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନି ଓ କୁମ୍ଭଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ: ରୋଗ, ଋଣ ଓ ଶତ୍ରୁ- ଏଥୁରୁ ମୁକ୍ତି ମିଳିବ ଏବଂ ଶରୀର ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୫,ଆରାଧନା : ମା’ ତାରା ।

Leave A Reply

Your email address will not be published.

error: Content is protected !!