ରାଶିଫଳ

ଆଜିର ରାଶିଫଳ

By angultvadmin

February 09, 2023

ମେଷ: ଷଷ୍ଠ ଚନ୍ଦ୍ର, ଚତୁର୍ଥୀ ତିଥ୍ ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ହେବେ। ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଋଣମୁକ୍ତ ହେବାପାଇଁ ଉଦ୍ୟମ ଜାରି ରଖୁବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହାୟତା ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ଯେଉଁମାନଙ୍କର ବ୍ରିଜା ମେଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଘାତଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ପରିବାର, ପିତାମାତା ଏବଂ ସନ୍ତାନସନ୍ନତିଙ୍କ ସହ କଥାବାର୍ତ୍ତା କଲାବେଳେ ସତର୍କ ହେବେ। ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନୁର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ରହିବେ। ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ଅନାଗ୍ରହ ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ। ଯେଉଁମାନଙ୍କର କୃଷିକା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଇ, ଉ, ଏ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ: କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଏବଂ ଶୁକ୍ରବାର ହେତୁ ବହୁଦିନର ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ। ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ କୌଣସି ମାଙ୍ଗଳିକ କର୍ମ କିମ୍ବା ଶୁଭକର୍ମରେ ଯୋଗଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବେ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା : ୨,ଆରାଧନା : ମା’ଛିନ୍ନମସ୍ତା ।

କର୍କଟ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧୂକ ରହିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କିଛି ମାତ୍ରାରେ ପୂର୍ଣ୍ଣ ହେବ। କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ବରୀ।

ସିଂହ: କୃଷ୍ଣପକ୍ଷର ଦ୍ବିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି,ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଓ କର୍ମରେ ବାଧାବିଘ୍ନ ଏବଂ କର୍ମ ପ୍ରତି ଅନାଗ୍ରହ, ଆଳସ୍ୟତା ଭାବ ଦେଖାଦେବ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମା, ମି, ମୁ, ମେ, ଟେ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩,ଆରାଧନା : ମା’ ମାଣିକେଶ୍ଵରୀ ।

କନ୍ୟା: ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସୃଜନରେ ସୁସମ୍ପର୍କ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ। ପରିବାର ପ୍ରତି ଏବଂ ପରିବାରର ସମ ସଦସ୍ୟଙ୍କ ପ୍ରତି ମନରେ ଅଧୂକ ଆନ୍ତରିକତା ରହିବ। କୌଣସି ମାଙ୍ଗଳିକ କର୍ମରେ ପରିବାର ସହ ଯୋଗଦେବେ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସ୍ବଳ୍ପ ପରିଶ୍ରମରେ ଅଧୂକ ସଫଳତା ମିଳିବ। ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ଘାତବାର ଓ ଦ୍ବାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ଅହେତୁକ ଭାବରେ କମ୍ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କର୍ମ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ସିଲ୍‌ଭର,ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା : ଏକାଦଶ ଚନ୍ଦ୍ର, ଗୁରୁବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଅଧିକ ଦେବେ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ,ସଂଖ୍ୟା : ୧୧, ଆରାଧନା : ମା ଚଣ୍ଡୀ ।

ଧନୁ : ଗୁରୁବାର, ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି,ନୂତନ ବ୍ୟବସାୟ ଏବଂ କର୍ମ ପ୍ରତି ଅଧିକ ଆନ୍ତରିକତା ରହିବ । ଆଜି କୌଣସି କାମ ଆରମ୍ଭ କରିବେ ସେଥୁରେ ଶତ ପ୍ରତିଶତ ସଫଳତା ପାଇବେ। ବ୍ୟବସାୟ ଅପେକ୍ଷା କର୍ମରେ ଅଧୂକ ସଫଳତା ଓ ଧ୍ୟାନ ଦେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ। ଯେଉଁମାନଙ୍କର ପୂର୍ବଭାଦ୍ର ଧନୁ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଧଳା,ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହେବ। ଆର୍ଥିକ ସ୍ଥିତିରେ ଅବନତି ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ବଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ଓ ଯାହାର ପ୍ରଥମ ନାମାକ୍ଷର ଭୋ, ତା, ତୀ ସେମାନେ ସତର୍କ ହେବେ। ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର, ଘାତତିଥି ଏବଂ ବିଷ୍ଟୀକରଣ ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ ହିଟର ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କ କାଳରେ ସତର୍କ ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗୋ, ସା, ସି, ସୁ ସେମାନେ ସତର୍କ ହେବେ। ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

ମୀନ : ସପ୍ତମ ଚନ୍ଦ୍ର, ଗୁରୁବାର ଯୋଗୁ ମାନସିକ,ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। କୌଣସି ମାଙ୍ଗଳିକ କର୍ମରେ ପରିବାର ସହ ଯୋଗଦେବେ ଏବଂ ସନ୍ତାନସନ୍ନତିଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ବୀ ହେତୁକ ଧନପ୍ରାପ୍ତି ହେବ। କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ।