ରାଶିଫଳ

ଆଜିର ରାଶିଫଳ

By angultvadmin

December 10, 2022

ମେଷ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସହ ସୁସମ୍ପର୍କ ଓ ତାଙ୍କର ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଅଶ୍ବିନୀ ଓ କୃରିକା ମେଷ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଘାତବାର, ଅପରାହ୍ନ ୧ଟା ୪୮ ମିନିଟ୍ ପରେ ଘାତତିଥ୍ ଯୋଗୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ରହିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବଦଖର୍ଚ୍ଚ ଅଧ୍ୟକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ଅନ୍ୟଠାରୁ ଆଣିଥୁବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ଅସମର୍ଥ ହେବେ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅସମାହିତ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ରୋହିଣୀ ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଓ, ବା, ବି, ବୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସୁଖ୍ୟାତି ଓ ପ୍ରତିପରି ବୃଦ୍ଧି ପାଇବ। ସ୍ୱଜନରେ ସୁସମ୍ପର୍କ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା ଓ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। କର୍ମରେ ପରିଶ୍ରମ ତୁଳନାରେ ଅଧ୍ଵକ ସଫଳତା ମିଳିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

କର୍କଟ:କୃଷ୍ଣପକ୍ଷର ଦ୍ବାଦଶ ଚନ୍ଦ୍ର ଯୋଗୁ ଅପବାଦ, ଅପବ୍ୟୟ ଓ ଅପଯଶରୁ ମୁକ୍ତ ହେବେ। ଅଯଥା ଖର୍ଚ୍ଚ, ବଦଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ଅହେତୁକ କର୍କଟ ଭାବରେ କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ବହୁତ ଗଳଟୁଳ ନୀତି ଅବଲମ୍ବନ କରିବେ। ବାଣିଜ୍ୟ,ବ୍ୟବସାୟ,ପରିବହନରେ ଆୟ ଅଧିକ ଏବଂ ବ୍ୟୟ କମ୍ ରହିବ । କର୍ମରେ ସଫଳତା ଏବଂ ସମସ୍ତ ଅଟକିଥିବା କାମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ବରୀ ।

ସିଂହ:ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ରହିବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉନ୍ନତିମୂଳକ କର୍ମରେ ଅଧ୍ଵକ ଧାନ ରହିବ। କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ। ଶୁଭରଙ୍ଗ:ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, କର୍ମ, ଯାନବାହନ ଆରୋହଣ ଓ ଯେ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବେ। ନଚେତ ବିପଦରେ ପଡ଼ିପାରନ୍ତି । କର୍ମ ପ୍ରତି ଅଜଣା ବିପଦ ଆସିପାରେ। ସମସ୍ତ କର୍ମରେ ବାଧାବିଘ୍ନ ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ। ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଚାଲିଚଳନ ବ୍ୟବହାର ବିବାଦୀୟ ହେବ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ଅଯଥା ଖର୍ଚ୍ଚ ତା’ଠାରୁ ଅଧିକ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପେ, ପୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା,ପରିବାରରେ ମତାନ୍ତର, ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ଏବଂ ତାଙ୍କଠାରୁ ଅପମାନ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ କମଳା।

ବିଛା: ଅଷ୍ଟମ ଚନ୍ଦ୍ର, ଶନିବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ବାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା, କର୍ମ ପ୍ରତି ଅନାଗ୍ରହ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ପରିବାରରେ ମନୋମାଳିନ୍ୟ ଏବଂ ସ୍ୱାସ୍ଥ୍ୟରେ ଅବନୃତି ଦେଖାଦେବ।ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯେ, ଯି, ୟୁ ସେମାନେ ସତର୍କ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ସ୍କନ୍ଦ ।

ଧନୁ: ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନ ମଧୁର ହେବ। ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ସ୍ତ୍ରୀସୌଖ୍ୟ ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ମୂଲ୍ୟବାନ ଧାତୁ ଓ ବସନଭୂଷଣ କ୍ରୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୨, ଆରାଧନା: ମା’ ଧୂମାବତୀ ।

ମକର: ଷଷ୍ଠ ଚନ୍ଦ୍ର, ଶନିବାର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ। ଶତ୍ରୁମାନେ ବଶୀଭୂତ ହେବେ ଏବଂ ଋଣମୁକ୍ତ ହେବା ପାଇଁ ଚେଷ୍ଟା ଜାରି ରଖିବେ । ପରୋପକାର, ସମାଜ ସେବା ଓ ଧାର୍ମିକ କର୍ମରେ ଅଧୁକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ମାଟିଆ, ସଂଖ୍ୟା: ୩, ଆରାଧନା: ମା’ ଭୈରବୀ ।

କମ୍ଭ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମନରେ ଅସ୍ଥିରତା,ପରିବାରରେ ବିବାଦ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ପ୍ରୟୋଗରେ ଅସଫଳ ହେବେ । ପିତାମାତାଙ୍କ ସହ ବିବାଦ କିମ୍ବା ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ବାଣିଜ୍ୟ, ବ୍ୟବସାୟରେ ସ୍ବଳ୍ପ ଆୟ ଏବଂ କର୍ମରେ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଶୋ, ସା, ସି, ସୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧୂସର, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।

ମୀନ: ଚତୁର୍ଥ ଚନ୍ଦ୍ର, ଘାତତିଥି ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିପାରନ୍ତି କିମ୍ବା ସୌଖୀନ ଘରୋଇ ଉପକରଣ କ୍ରୟ କରିପାରନ୍ତି। କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ସମସ୍ତ ସ୍ନେହଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ଉପକୃତ ହେବ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୭, ଆରାଧନା: ପ୍ରଭୁ ଗଜାନନ ।