ଆଜିର ରାଶିଫଳ

0

ମେଷ: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉତ୍ତମ ଆୟ ଓ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ଚତୁର୍ଥ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଓ ବ୍ୟଗ୍ରତା ବଢ଼ିଚାଲିବ ଏବଂ ମନ ବିଷାଦଗ୍ରସ୍ତ ହେବ । ଆର୍ଥିକ ଅବସ୍ଥାରେ ଉନ୍ନତି, ଗୁରୁଜନଙ୍କ କୃପା ଓ କ୍ଷମତାଶଳୀ ବ୍ୟକ୍ତିଙ୍କ ସହାୟତା ଓ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ଦ୍ବିଜା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।

ବୃଷ: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ଦ୍ବିତୀୟ ଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ କର୍ମରେ ବାଧାବିଘ୍ନ ଦେଖାଦେବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ବ୍ୟବସାୟ ଓ କର୍ମରେ ଶୁଭଫଳ ପ୍ରାପ୍ତି ହେବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା।

ମିଥୁନ: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ହେତୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସୃଜନରେ ସୁସମ୍ପର୍କ ଏବଂ ସ୍ଵାସ୍ଥ୍ୟ ଉତ୍ତମ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଭତ୍ତମ ଆୟ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଏହା ପରେ ଦ୍ଵିତୀୟ ଚନ୍ଦ୍ର ଯୋଗୁ ପୂର୍ବରୁ।କରିଥିବା ଆୟ ବଦଖର୍ଚ୍ଚରେ ଯିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଯେଉଁମାନଙ୍କର ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର ହା, ହି ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ଦ୍ବାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ଵାସ୍ଥ୍ୟ ଉତ୍ତମ ହେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅଧିକ ଏବଂ ବ୍ୟୟ ବହୁତ କମ୍ ରହିବ । ଉଚିତ୍ ସମୟରେ ଉଚିତ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର ବିଚକ୍ଷଣତା ଓ ସମୟାନୁବର୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟ କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ଭଗବାନ ଶିବ ।

ସିଂହ: ଏକାଦଶ ଓ ଦ୍ବାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ରବିବାର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆୟ ପ୍ରତି ଓ ଧନ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଅଧିକ କରିବା ପାଇଁ ନୂତନ କଳା କୌଶଳ ଆପଣାଇବେ । ବାଣିଜ୍ୟ, ବ୍ୟବସୟ, ପରିବହନରେ ଆୟ ଅତି ଉତ୍ତମ ଦେବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । କର୍ମରେ ସଫଳତା ଏବଂ ଉନ୍ନତି ଆସିବ । ଯେଉଁମାନଙ୍କର ପୂର୍ବା ପୀଳଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପା, ସଂଖ୍ୟା: ୬, ଆରାଧନା: ପ୍ରଭୁ ଗଜାନନ ।

କନ୍ଯା: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା ଓ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖୁବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପରି ନେବେ । ଅଜଣା ବିପଦ କର୍ମ ପ୍ରତି ଆସିପାରେ ଏବଂ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଘଟିପାରେ । ଏହା ପରେ ଏକାଦଶ ଚନ୍ଦ୍ର ଯୋଗୁ ସ୍ଥିତିରେ ସମ୍ପୂର୍ଣ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିବ । ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ଯେ, ପୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମାନ, ସମ୍ମାନ ହାନି ଏବଂ ପୁରାତନ ବନ୍ଧୁଙ୍କ ସହ ବିବାଦ ହେବ ଏବଂ ବାଣିଜ୍ୟରେ କ୍ଷତି ଓ କର୍ମରେ ବାଧା ଦେଖାଦେବ । ଏହା ପରେ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ଏବଂ ମନରୁ ଅବସାଦ ଲୋପ ପାଇବ । ବାଣିଜ୍ୟରେ ଉତ୍ତମ ଆୟ ଓ କର୍ମରେ ସଫଳତା ଏବଂ ନିଜର ପୂର୍ବ ସମ୍ମାନ ଓ ହୃତ ଗୌରବ ଫେରିପାଇବେ । ଯେଉଁମାନଙ୍କର ସ୍ୱତୀ ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ର, ସଂଖ୍ୟା: ୮, ଆରାଧନା: ମା’ ସମଲେଶ୍ୱରୀ ।

ବିଛା: ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ୟଲିଚଳନ, ବ୍ୟବହାର ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଏବଂ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଦନ କରିବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର ହେବ। ବାଣିଜ୍ୟ, ବ୍ୟବସାୟnଓ ପରିବହନରେ ଆୟ ଗ ହେବ ଏବଂ ବଦୁଃଖର୍ଚ୍ଚ ଅଧିକ ହେବ ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର ବିଶାଖା ବିଛା ଓ ଯାହାର ପ୍ରଥମ ନାମାକ୍ଷର ତୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।

ଧନୁ: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଶୁଭଫଳ ମିଳିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ଆମୋଦପ୍ରମୋଦ ଓ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉରମ ଆୟ ଏବଂ ମାନସିକ,.ପାରିବାରିକ ଶାନ୍ତି ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ.ହେବ ଏବଂ ବାଣିଜ୍ୟ, ବ୍ୟବସାୟ ଓ କର୍ମରେ ଅଶୁଭଫଳ ପ୍ରାପ୍ତି ହେବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ମା’ ତାରା।

ମକର: ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଉଚ୍ଚ ସମ୍ମାନ, ଉଚ୍ଚ
ପଦବୀ, ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ମନରେ ପ୍ରସନ୍ନତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ଆପଣଙ୍କର ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ
ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣା, ସଂଖ୍ୟା: ୬, ଆରାଧନା: ମା’ ଦୁର୍ଗା ।

କୁମ୍ଭ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ଇତର ଜନଠାରୁ ଅପମାନ ପାଇବେ। ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ଏହା ପରେ ଶୁଭ ସମୟ ହେତୁ ସେ ମ ସ୍ତ କର୍ମରେ ଏବଂ ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ମିଳିବ। ମନରୁ ଦୁଶ୍ଚିନ୍ତା ଲୋପ ପାଇବ ଏବଂ ମନ ପ୍ରଫୁଲ୍ଲ ରହିବ। ଯେଉଁମାନଙ୍କର ଧନିଷ୍ଠା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗେ, ଗୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା: ୩,।ଆରାଧନା: ମା’ କାଳୀ ।

ମୀନ: ଅପରାହ୍ନ ୧ଟା ୫୨ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉତ୍ତମ ଆୟ ଏବଂ କର୍ମରେ ସଫଳତା ମିଳିବ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ସନ୍ତାନମାନଙ୍କ କର୍ମକୁ ନେଇ ଚିରିତ ହେବେ ଏବଂ ପୈତୃକ ସମ୍ପରିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦା, ଦି ସେମାନେ।ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା: ମା’ ଧୂମାବତୀ ।

Leave A Reply

Your email address will not be published.

error: Content is protected !!