ମେଷ: ଅପରାହ୍ନ ୪ଟା ୦୩ ମିନିଟ୍ ର୍ପ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ସହଧର୍ମିଣୀଙ୍କ ସହଯୋଗ, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଅପରାହ୍ନ ୪ଟା ୦୩ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ହେତୁ ସମସ୍ତ କର୍ମରେ କିଛି ଅଶୁଭଫଳ ମିଳିବ। ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା :୬, ଆରାଧନା: ମା’ ବଗଳାମୁଖୀ ।
ବୃଷ: ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ମିତ୍ରତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା, ପରିବାର ସଦସ୍ୟଙ୍କ ପ୍ରତି ଆନ୍ତରିକତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ କମଳା ।
ମିଥୁନ: ଅପରାହ୍ନ ୪ଟା ୦୩ ମିନିଟ୍ ର୍ପ୍ୟନ୍ତ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ପ୍ରୟୋଗରେ ଅସଫଳ ହେବେ ଏବଂ ସମସ୍ତଙ୍କର ଉପହାସର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ଆଳସ୍ୟତା ବୃଦ୍ଧି ପାଇବ। ଏ ସମୟ ପରେ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଆଂଶିକ ଶୁଭଫଳ ମିଳିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।
କର୍କଟ: ଘାତବାର ଓ ଅପରାହ୍ନ ୪ଟା ୦୩ ମିନିଟ୍ ର୍ପ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ର୍ପ୍ୟନ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ। ଅପରାହ୍ନ ୪ଟା ୦୩ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ହେତୁ ମାନ ସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ମିଳିବ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।
ସିଂହ: ତୃତୀୟ ଚନ୍ଦ୍ର ଓ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ଓ ବୃହସ୍ପତିଙ୍କ ନକ୍ଷତ୍ର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ଧନ, ସମ୍ପତ୍ତି, ପ୍ରାର୍ଚ୍ୟୁ ବୃଦ୍ଧି ପାଇବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ। ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ ଏବଂ ପରିବହନ ବ୍ୟବସାୟ ଆଜି ଅଧିକ ଲାଭ ସାବ୍ୟସ୍ତ ହେବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୬, ଆରାଧନା : ମା’ ମାତଙ୍ଗୀ ।
କନ୍ୟା: ଅପରାହ୍ନ ୪ଟା ୦୩ ମିନିଟ୍ ର୍ପ୍ୟନ୍ତ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିାଇପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଧନକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ଅଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ବହୁ ସମସ୍ୟାର ସମ୍ମୁଖୀନ ହେବେ । ଅପରାହ୍ନ ୪ଟା ୦୩ ମିନିଟ୍ ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ କିଛି ଶୁଭଫଳ ମିଳିବ। ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପେ, ପୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: କଫି, ସଂଖ୍ୟା: ୬ ଆରାଧନା: ମା’ ଛିନ୍ନମସ୍ତା ।
ତୁଳା: ଅପରାହ୍ନ ୪ଟା ୦୩ ମିନିଟ୍ ର୍ପ୍ୟନ୍ତ ଶ୍ରୀଚନ୍ଦ୍ର ୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହା ପରେ ଦ୍ୱିତୀୟ ଚନ୍ଦ୍ର ହେତୁ ଅଥା ବିବାଦ, ଅଥା ଖର୍ଚ୍ଚ ବଢ଼ିଯାଇପାରେ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିପାରନ୍ତି । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।
ବିଛା: ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେ । ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ ।
ଧନୁ: ଏକାଦଶ ଚନ୍ଦ୍ର ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିôବାରୁ ଆୟ ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ। ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୭, ଆରାଧନା: ମା’ ତାରା ।
ମକର: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିôବାରୁ କର୍ମରେ ଓ ଆୟରେ ଆଖିଦୃଶିଆ ଉନ୍ନତି ଦେଖାଦେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଚିନ୍ତା କରିବେ। କର୍ମରେ ସଫଳତା ଓ ଆଜି ଯେକୌଣସି କର୍ମ ହାତକୁ ନେବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ: ଅପରାହ୍ନ ୪ଟା ୦୩ ମିନିଟ୍ ର୍ପ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ର ୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଓ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ ଓ ସମୟ ଅତିକ୍ରାନ୍ତ ପରେ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଆଂଶିକ ଶୁଭଫଳ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ, ଦା ସେମାନେ ସତର୍କ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା: ମା’ କାଳୀ ।
ମୀନ: ଅଷ୍ଟମ ଓ ନବମ ଚନ୍ଦ୍ର, ଚତୁର୍ଦ୍ଦଶୀ ଓ ଅମାବାସ୍ୟା ତିଥି ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ ଓ ଅନ୍ୟ ସହିତ କଥାବାର୍ତ୍ତା ବେଳେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦି ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୭, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।