ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ। ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ। ନିଜର ଲୋକମାନେ ଶତ୍ରୁତା କରିବେ ଓ ପରିବାରରେ ଅଶାନ୍ତିର ବାତାବରଣ ରହିବ। ସମସ୍ତ କର୍ମରେ ଭୁଲ୍ ନିଷ୍ପିତ୍ତି ନେବେ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଦ୍ୱିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ଧଳା, ସଂଖ୍ୟା : ୬, ଆରାଧନା: ମା’ ଦକ୍ଷିଣ ଚଣ୍ଡୀ।
ବୃଷ : ଅପବ୍ୟୟ, ଅପବାଦ, ଅପଶ ଓ ଅପନିନ୍ଦାର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ଦୋହଲିବ। ମନରେ ଅସ୍ଥିରତା ଓ ବ୍ୟଗ୍ରତା ବଢ଼ିବ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ। ଅଯଥା ଖର୍ଚ୍ଚ, ବୃଥା ଭାବନା, ନୈଶ ଯାତ୍ରା ଓ ବୃଥା ଭ୍ରମଣ ଲାଗି ରହିବ ଏବଂ କର୍ମରେ ବିଫଳତା ଏବଂ କର୍ମପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ବୃଦ୍ଧି ପାଇବ। ଯେଉଁମାନଙ୍କର ମୃଗଶିରା ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ।
ମିଥୁନ : ଏକାଦଶ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ। ନୂତନ ଭୂମିପୂଜା, ଗୃହ ନିର୍ମାଣ କିମ୍ବା କରିପାରନ୍ତି। ଉନ୍ନତିମୂଳକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଧନର ସତ୍ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କର୍ମରେ ସଫଳତା ଏବଂ ଦରମାରେ କିଛି ବୃଦ୍ଧି ଘଟିପାରେ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୮, ଆରାଧନା: ମା’ ଭୈରବୀ।
କର୍କଟ : ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ। କୌଣସି ଶୁଭ କର୍ମରେ ଯୋଗଦେବେ କିମ୍ବା ନିଜର କୌଣସି ଶୁଭକର୍ମର ଆୟୋଜନ କରିବେ। ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ।
ସିଂହ : ନବମ ଚନ୍ଦ୍ର ଯୋଗୁ ଆମୋଦ ପ୍ରମୋଦ ଓ ମଉଜ, ମସ୍ତିରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ଓ ପରିବାର ସଦସ୍ୟଙ୍କ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସମସ୍ତଙ୍କର ସ୍ନେହଶ୍ରଦ୍ଧାର ପାତ୍ର ହେବେ। ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୧୧, ଆରାଧନା: ମା’ ମାଣିକେଶ୍ୱରୀ।
କନ୍ୟା : ଅଷ୍ଟମ ଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ମନରେ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା, ବାଧାବିଘ୍ନ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପେ, ପୋ ସେମାନେ ସତର୍କ ହେବେ। ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।
ତୁଳା : ସପ୍ତମ ଚନ୍ଦ୍ର, ସୋମବାର ଓ ସକାଳ ୭ଟା ୧୫ ମିନିଟ୍ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କୌଣସି ମାଙ୍ଗଳିକ କର୍ମ କିମ୍ବା ଶୁଭକର୍ମରେ ଯୋଗଦେବେ କିମ୍ବା ପୁତ୍ର କନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କ ଠାରୁ ଧନପ୍ରାପ୍ତି ହେବ। କର୍ମରେ ସଫଳତା ଓ ସମ୍ମାନ ମିଳିବ। ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜ ମସ୍ତିରେ ଅଧିକ ସମୟ ଦେବେ। ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ ଗାୟତ୍ରୀ ।
ବିଛା : ଯଶ, ସମ୍ମାନ, ସାମାଜିକ ପ୍ରତି । ବୃଦ୍ଧି ପାଇବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା, ପରିବାରରେ ମିତ୍ରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅଧିକ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।
ଧନୁ : ପଞ୍ଚମ ଚନ୍ଦ୍ର ଓ ସକାଳ ୭ଟା ୧୫ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରରେ ସୁଖଶାନ୍ତି ଓ ସ୍ୱାସ୍ଥ୍ୟ ଅତୁଟ ରହିବ । ଯେଉଁମାନଙ୍କର ମୂଳା ଧନୁ ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୭, ଆରାଧନା: ପ୍ରଭୁ ଗଜାନନ ।
ମକର : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, ପରିବାରରେ ମତାନ୍ତର, ସ୍ୱଜନରେ ଓ ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ପଡ଼ୋଶୀଙ୍କ ସହ ତିକ୍ତତା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନରେ କ୍ଷତି ଅଧିକ ହେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ। ଶୁଭରଙ୍ଗ: କଳା, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ ।
କୁମ୍ଭ : ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ ଭଉଣୀଙ୍କ ସାହ୍ୟା, ସହୋଗ ମିଳିବ। ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିୁକ୍ତି ମିଳିପାରେ । କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ କିମ୍ବା ନିଜର କୌଣସି ଶୁଭକର୍ମର ଆୟୋଜନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୩, ଆରାଧନା: ମା’ ଦୁର୍ଗା ।
ମୀନ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଓ ସୋମବାର ଯୋଗୁ ଧନ ଏବଂ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ। ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅଧିକ ହେବ ଏବଂ ବ୍ୟୟ ବହୁତ କମ୍ ରହିବ। କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।