ମେଷ: ସନ୍ଧ୍ୟା ୬ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ସମ୍ମାନ ଓ ଦକ୍ଷତା ବୃଦ୍ଧି ପାଇବ । ସନ୍ଧ୍ୟା ୬ଟା ୦୯ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ହେତୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୬, ଆରାଧନା: ପ୍ରଭୁ ହନୁମାନ
ବୃଷ: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ କର୍ମରେ, ଆୟରେ ଉନ୍ନତି ପରିଲକ୍ଷିତ ହେବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହଣୀ ବୃଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ
ମିଥୁନ: ସନ୍ଧ୍ୟା ୬ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ଉପହସିତ ହେବେ । ସନ୍ଧ୍ୟା ୬ଟା ୦୯ ମିନିଟ୍ ପରେ ସ୍ଥିତିରେ ସାମାନ୍ୟ ପରିର୍ବତ୍ତନ ଆସିବ ଏବଂ ସମସ୍ତ କର୍ମରେ ଆଂଶିକ ଶୁଭଫଳ ମିଳିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ, ହା ସେମାନେ ସତର୍କ ହେବେ ।ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ
କର୍କଟ: ସନ୍ଧ୍ୟା ୬ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ ଅଯଥା ବିଳମ୍ବ ଦେଖାଦେବ । ଏହା ପରେ ନବମ ଚନ୍ଦ୍ର ଯୋଗୁ ସ୍ଥିିତିରେ ପରିବର୍ତ୍ତନ ଆସିବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମ୍ମାନ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ହା, ହି ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା:୧, ଆରାଧନା: ଭଗବାନ ଶିବ
ସିଂହ: ସନ୍ଧ୍ୟା ୬ଟା ୦୯ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ପାରିବାରିକ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିବ । ଏହା ପରେ ଅଷ୍ଟମ ଚନ୍ଦ୍ର ହେତୁ ମନରେ ଅସ୍ଥିରତା ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ହେବେ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ହେବ ଏବଂ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୩, ଆରାଧନା: ପ୍ରଭୁ ଗଜାନନ
କନ୍ୟା: ଷଷ୍ଠ ଚନ୍ଦ୍ର ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ପରିବାରରେ ମିତ୍ରତା, ଶରୀରରେ ସୁସ୍ଥତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ସନ୍ତାନସନ୍ତତିଙ୍କର ବୈବାହିକ କର୍ମର ଆୟୋଜନ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ
ତୁଳା: ଶୁକ୍ରବାର, ଏକାଦଶୀ ତିଥି ଓ ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ଗାୟତ୍ରୀ
ବିଛା: ଘାତବାର ଓ ସନ୍ଧ୍ୟା ୬ଟା ୦୯ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ କ୍ଷତି ଅଧିକ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଏହା ପରେ ପଞ୍ଚମ ଚନ୍ଦ୍ର ହେତୁ ସମସ୍ତ କର୍ମରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ବିଶାଖା ବିଛା ଓ ଯାହାର ପ୍ରଥମ ନାମାକ୍ଷର ତେ, ତୋ ସେମାନେ ସତର୍କ ହେବେ ।ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ସ୍କନ୍ଦ
ଧନୁ: ଘାତବାର, ସନ୍ଧ୍ୟା ୬ଟା ୦୯ ପରେ ଘାତତିଥି ଏବଂ ସନ୍ଧ୍ୟା ୬ଟା ୧୯ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ତୃତୀୟ ଚନ୍ଦ୍ରର ଶୁଭଫଳ ପାଇବାରୁ ବଞ୍ଚିତ ହେବେ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ କର୍ମରେ ବାଧାବିଘ୍ନ ଓ ସହକର୍ମୀଙ୍କ ସହ ମତାନ୍ତର ହେବ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ, ଭା, ଭୀ ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୨, ଆରାଧନା: ମା’ ଧୂମାବତୀ
ମକର: ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା କିମ୍ବା ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା : ମା’ ଭୈରବୀ
କୁମ୍ଭ: ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିôବାରୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହବ । କର୍ମରେ ସଫଳତା, ଦରମାରେ କିଛି ବୃଦ୍ଧି କିମ୍ବା ପ୍ରମୋଶନ ମିଳିପାରେ । ଧନର ସତ୍ ବିନିଯୋଗ କରିବେ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୩, ଆରାଧନା: ମା’ କାଳୀ
ମୀନ: ଘାତବାର, ଘାତଚନ୍ଦ୍ର ଯୋଗୁ ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଦୂରଯାତ୍ରା କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । କର୍ମରେ ବିଫଳତା ଓ କର୍ମ ପ୍ରତି ଆଳସ୍ୟତା ବୃଦ୍ଧି ପାଇବ । ସନ୍ଧ୍ୟା ୬ଟା ୦୯ ମିନିଟ୍ ପରେ ଶ୍ରୀଚନ୍ଦ୍ର ହେତୁ ସମସ୍ତ କର୍ମରେ କିଛିଟା ଶୁଭଫଳ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦା, ଦି ସେମାନେ ସତର୍କ ହେବେ ।ଶୁଭରଙ୍ଗ: ଧଳା, ସଂଖ୍ୟା : ୫, ଆରାଧନା: ମା’ ତାରା